ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ମହିଳାଙ୍କୁ ଦେଖିବାକୁ ମିଳୁଛି ମହିଳା ଜଣକ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କ ଉପରେ ଚଢ଼ି ଫଣା ଟେକି ଚାହିଁଛି। ଏଭଳି ଏକ ଭୟଙ୍କର ଦୃଶ୍ୟ ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
When this happens, what would be your reaction??
For information, the snake moved away after few minutes without out causing any harm…
(As received from a colleague) pic.twitter.com/N9OHY3AFqA— Susanta Nanda (@susantananda3) August 28, 2022