ଦୁଇ ସନ୍ତାନ, ସ୍ବାମୀଙ୍କ ଆଖି ସାମ୍ନାରେ ବାଇକ୍‌ରୁ ଖସି ଚାଲିଗଲା ସ୍ତ୍ରୀଙ୍କ ଜୀବନ

ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦିଲି ନିକଟସ୍ଥ ଟାଙ୍ଗିଣି ଛକ ତଥା ଜାତୀୟ ରାଜପଥର ଏକ ବୁଲାଣିଆ ରାସ୍ତାରେ ମୋଟରସାଇକେଲରୁ ଖସି ଜି.ପ୍ରମିଳା ନାମକ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ଜୟପୁରର ସେକେଣ୍ଡ ଡେଲି ମାର୍କେଟ ଅଞ୍ଚଳର ଜଗଦୀଶ କୁମାର ନିଜ ମୋଟରସାଇକେଲ ନଂ ଓଡି ୧୦ କ୍ୟୁ ୬୦୮୧ ଯୋଗେ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ ଯାଇ ବୁଧବାର ନିଜ ଗ୍ରାମ ଜୟପୁରକୁ ସ୍ତ୍ରୀ, ୫ ବର୍ଷର ଝିଅ ଏବଂ ବର୍ଷକର ଝିଅ ସହ ଫେରୁଥିବା ସମୟରେ ଉପରୋକ୍ତ ବୁଲାଣିଆ ରାସ୍ତାରେ ଭାରସାମ୍ୟ ହରାଇବା ଫଳରେ ସ୍ତ୍ରୀ ଜି. ପ୍ରମିଳା ଖସି ପଡ଼ିଥିଲେ। ଯାହା ଦ୍ୱାରା ଘଟଣାସ୍ଥଳରେ ସ୍ବାମୀ ଏବଂ ଦୁଇ ସନ୍ତାନଙ୍କ ସମୁଖରେ ପ୍ରମିଳାଙ୍କ ଜୀବନ ଚାଲିଯାଇଥିଲା। ଏହି ସମୟରେ ପଛରେ ଆସୁଥିବା ଅନ୍ୟ ସମ୍ପର୍କୀୟ ଘଟଣାସ୍ଥଳରୁ ପ୍ରମିଳା ଏବଂ ଦୁଇ ସନ୍ତାନ ଓ ସ୍ବାମୀ ଜଗଦୀଶ କୁମାରଙ୍କୁ ଉଦ୍ଧାର କରି ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ରାତି ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇିପାରିନାହିଁ। ଖବର ପାଇ ସ୍ଥାନୀୟ ପୋଲିସ ଏଏସ୍‌ ଆଇ ନରସିଂହ ଦୋରା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ ପୂର୍ବକ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri