ମୋବାଇଲ ଟାଓ୍ବାର କାମ ଅଧାପନ୍ତରିଆ

ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ପାଇଁ ନିର୍ମାଣ କରାଯାଉଥିବା ମୋବାଇଲ ଟାଓ୍ବାର କାମ ଦୀର୍ଘ ମାସ ହେଲା ଅଧାପନ୍ତରିଆ ଭାବେ ପଡିରହିଛି। ଏ ସଂକ୍ରାନ୍ତରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ନୂଆଗାଁ ବ୍ଲକର ଗୁମି, ଡିମିରିପଲି, ବରକୋଳା, କାପ୍ତାପଲିି, ଫାମ୍ପୁଣି, ଗୁନାମାଟି ସାନଡାମନାଡୁ ଆଦି ଆଦିବାସୀ ଅଞ୍ଚଳବାସୀ ମୋବାଇଲ ସେବା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଉପରୋକ୍ତ ଅଞ୍ଚଳରେ ହାଇସ୍କୁଲ, ଡାକ୍ତରଖାନା, ପଞ୍ଚାୟତ କାର୍ଯ୍ୟାଳୟ ଆଦି ରହିଥିଲେ ମଧ୍ୟ ମୋବାଇଲ ସେବା ନ ଥିବାରୁ କୌଣସି ଅନ୍‌ଲାଇନ କାମ ହୋଇପାରୁ ନାହିଁ। ଏପରି କି ସରକାରୀ କାର୍ଯ୍ୟ ମଧ୍ୟ କରାଯାଇ ପାରୁନାହିଁ। ଛାତ୍ରୀଛାତ୍ରମାନଙ୍କୁ ଡିଜିଟାଲ ମାଧ୍ୟମରେ ଶିକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ମୋବାଇଲ ଟାଓ୍ବାର ନ ଥିବାରୁ ଡିଜିଟାଲ ପାଠପଢା ମଧ୍ୟ ହୋଇପାରୁ ନାହିଁ। ତେଣୁ ମୋବାଇଲ ଟାଓ୍ବାର ନିର୍ମାଣ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ଅଞ୍ଚଳବାସୀ ଗୁହାରି କରିଥିଲେ। ବିଧାୟକ ବେହେରାଙ୍କ ଉଦ୍ୟମରେ ଗୁମି ପଞ୍ଚାୟତର ବରଡିହି ଓ କାପ୍ତାପଲି ପଞ୍ଚାୟତର ଫାମ୍ପୁଣି ନିକଟରେ ଟାଓ୍ବାର ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବିଏସ୍‌ଏନ୍‌ଏଲ କମ୍ପାନୀର କର୍ମଚାରୀମାନେ ଆସି ଟାଓ୍ବାର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଇତିମଧ୍ୟରେ ୬ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଥିଲେ ମଧ୍ୟ କେବଳ ଟାଓ୍ବାରର ମୂଳ ପିଲାର କାମରେ ଅଟକି ରହିଛି। ଲୋକମାନଙ୍କୁ ମୋବାଇଲ ସେବା ଯୋଗାଇ ଦେବା ପାଇଁ ଅଞ୍ଚଳବାସୀଙ୍କ ତରଫରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri