ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି। ପଶୁପକ୍ଷୀ , ଗାଈଗୋରୁ ଆଦିଙ୍କ ସୁରକ୍ଷା, ଚିକିତ୍ସାଓ କୃଷକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂଆଗାଁ ବ୍ଲକ ନିକଟରେ ପ୍ରତିଷ୍ଠା ହୋଇଥିବା ପ୍ରାଣୀ ଚିକିତ୍ସାଳୟର ରକ୍ଷଣାବେକ୍ଷଣ ଅଭାବରୁ ପୁରୁଣା ଘର ସବୁ ଭୁଶୁଡିବାକୁ ବସିଲାଣି। ତେଣୁ ନୂତନ ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କରିବା ପାଇଁ ସରକାର ୬୪ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ବେଳେ ତା’ର ନିର୍ମାଣ ଦାୟିତ୍ୱ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ତରଫରୁ ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଛି। ଗୃହ ନିର୍ମାଣ କାର୍ଯ୍ୟ ବିଣ୍ଡା ସିମେଣ୍ଟରେ ଅତି ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା। ନିମ୍ନମାନର କାର୍ଯ୍ୟ ବାବଦରେ ଜିଲା ପ୍ରାଣୀ ଚିକିତ୍ସାଧିକାରୀ ପ୍ରଶାନ୍ତ କୁମାର ମିଶ୍ରଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲା ନାହିଁ। ଠିକାଦାର ପୂର୍ବ ଭଳି ବିଣ୍ଡା ସିମେଣ୍ଟରେ କାମ କରିବା ସହ ଗୃହ ଭିତରେ ବାଲି ପୋତିବା ବଦଳରେ ମାଟି ପୋତିଥିଲେ। ତେବେ ପରବର୍ତ୍ତୀ ସମୟରେ ଠିକାଦାର ନିର୍ମାଣ କାର୍ଯ୍ୟକୁ ଅଧପନ୍ତରିଆ ଭାବେ ଛାଡି ଦେଇଛି। କାମ ବନ୍ଦ ହେବାର ଦୀର୍ଘ ମାସ ବିତି ଯାଇଥିଲେ ମଧ୍ୟ କାମ କରିବାର ନାଁ ଧରୁନାହାନ୍ତି ଠିକାଦାର। କୌଣସି କାର୍ଯ୍ୟ ଆରମ୍ଭ ପୂର୍ବରୁ ଜନ ସାଧାରଣଙ୍କ ଅବଗତି ନିମନ୍ତେ କାର୍ଯ୍ୟସ୍ଥଳରେ ସୂଚନା ଫଳକ ଲଗାଇବାର ନିୟମ ରହିଥିବା ବେଳେ ଏଠାରେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।

କାର୍ଯ୍ୟ ବାବଦରେ ଜନ ସାଧାରଣଙ୍କୁ ଅନ୍ଧାରରେ ରଖି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବର୍ତ୍ତମାନ କାମ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। ଗୋଟିଏ ପଟେ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ପୁରୁଣା ଗୃହରେ ବିପଦପୂର୍ଣ୍ଣ ଅବସ୍ଥାରେ ପ୍ରାଣୀ ଚିକିତ୍ସାଳୟ ଚାଲିଥିବା ବେଳେ ଅନ୍ୟପଟେ ଅନୁଦାନ ଦେଇ ମଧ୍ୟ ନୂତନ ଗୃହ ନିର୍ମାଣ କରିବାରେ ବିଳମ୍ବ କରାଯାଉଛି। ଅଧପନ୍ତରିଆ ଭାବେ ପଡିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ ବାବଦରେ ନୂଆଗାଁ ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଶୁଭାଶିଷ ମହାପାତ୍ରଙ୍କୁ ପଚାରିବାରେ ଉକ୍ତ ନିର୍ମାଣ କାର୍ଯ୍ୟକୁ ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମ ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରିଛି। ପୁରୁଣା ଗୃହ ଭାଙ୍ଗି ଛାତରୁ କଂକ୍ରିଟ ଖସୁଥିଲେ ମଧ୍ୟ ତାରି ମଧ୍ୟରେ ବସି କାର୍ଯ୍ୟ କରିବାକୁ ପଡୁଛି। ଠିକାଦାରଙ୍କୁ ଫୋନ କଲେ ସେ ଫୋନ ଉଠାଉ ନାହାନ୍ତି ବୋଲି ପ୍ରାଣୀ ଚିକିତ୍ସାଧିକାରୀ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

ସାବଧାନ! ଆଇସକ୍ରିମ-କୋଲ୍ଡ ଡ୍ରିଙ୍କ୍ସରେ ମିଳିଲା ଡିଟରଜେଣ୍ଟ ପାଉଡର, ହାଡ଼ ଦୁର୍ବଳ କରୁଥିବା ରାସାୟନିକ ପଦାର୍ଥ

କଟକ,୨।୪: କର୍ଣ୍ଣାଟକର ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରଶାସନ ବିଭାଗ (FDA) ଦ୍ୱାରା ଏକ ଆଶ୍ଚର୍ଯ୍ୟଜନକ ଖାଦ୍ୟ ସୁରକ୍ଷା ତଦନ୍ତରେ ବେଙ୍ଗାଲୁରୁରେ ଆଇସକ୍ରିମ ଏବଂ ଥଣ୍ଡା...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ...

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ...

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image