କୁକୁଡ଼ାଫାର୍ମ ଛାତରୁ ଖସି ଶ୍ରମିକ ମୃତ

ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମ ନିକଟରେ ଥିବା କୁକୁଡ଼ା ଫାର୍ମ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲା ବିଷ୍ଣୁପୁର ଥାନା ବନମାଳିପୁର ଗ୍ରାମର ଗୌତମ ରାୟ (୨୩) । ବୁଧବାର ରାତିରେ ନୂଆବର୍ଷ ପାଇଁ କୁକୁଡ଼ା ଫାର୍ମ ପରିସରରେ ଭୋଜି କରାଯାଇଥିଲା। ଉକ୍ତ କୁକୁଡ଼ା ଫାର୍ମରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଗୈାତମଙ୍କ ସମେତ ଅନ୍ୟ ଶ୍ରମିକ ମାନେ ବିଳମ୍ବିତ ରାତିରେ ଛାତରେ ବସିଥିଲେ । ତେବେ ଅସାବଧାନତା କାରଣରୁ ଗୌତମ ଛାତରୁ ତଳକୁ ଖସି ପଡ଼ିଥିଲେ । ତାଙ୍କ ବେକକୁ ଆଘାତ ଲାଗିଥିବାରୁ ହେୟଜ୍ଞାନ କରି ଶୋଇପଡ଼ିଥିଲେ। ଗୁରୁବାର ସକାଳ ପ୍ରାୟ ୯ଟାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଡାକ୍ତର ଜଣାଇଥିଲେ । ଖବରପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ. ୧/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image