ପ୍ରତି ୫ ବର୍ଷରେ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଆଉ ୩ ଦିନ ଖୋଲା ରହିବ ମ୍ୟୁଜିୟମ

ଭୁବନେଶ୍ୱର, ୫।୨(ଅସମାପିକା ସାହୁ): ପ୍ରତି ୫ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‌ଯାପନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇରହିବ। ୫ ବର୍ଷ ପରେ ଆମେ ସମସ୍ତେ ପୁଣିଥରେ ଏକାଠି ହେବା। ଓଡ଼ିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଏଥିସହ ସମ୍ମିଳନୀରେ ଯୋଗଦେଇଥିବା ଛାତ୍ରୀଛାତ୍ର, ଯୁବ ସମାଜ, ଲେଖକ, ଗବେଷକ, ସାହିତି୍ୟକ, କବିଙ୍କ ସହ ପ୍ରତ୍ୟେକ ଓଡ଼ିଆଙ୍କୁ ସେ ହୃଦୟରୁ ଧନ୍ୟବାଦ ଅର୍ପଣ କରି କହିଲେ, ଏହି ତିନିଦିନ ମଧ୍ୟରେ ଆମ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ଖୁବ୍‌ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି। ଯେହେତୁ ବର୍ତ୍ତମାନ ବିଧାନସଭା ଚାଲିଛି, ତେଣୁ ଭାଷା ସମ୍ପର୍କରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିକୁ ବିଧାନସଭାରେ ଘୋଷଣା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୁଗ ଯୁଗ ଧରି ଓଡ଼ିଆ ଭାଷା, ଆମ ଓଡ଼ିଆ ଜାତିର ପରିଚୟକୁ ଆଗକୁ ନେଇଛି। ଓଡ଼ିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଆମ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସମସ୍ତେ ସଂକଳ୍ପ ନେବାକୁ ଆହ୍ବାନ ଦେଇଛନ୍ତି। ଭାଷା ଉପରେ ବୈଷୟିକ ଜ୍ଞାନର ପ୍ରଭାବ ସମ୍ପର୍କରେ ଆଲୋକପାତ କରି ସେ କହିଲେ, ବୈଜ୍ଞାନିକ ଉନ୍ମେଷ, ବୈଷୟିକ ଜ୍ଞାନର ଅଗ୍ରଗତି ଓ କମ୍ପ୍ୟୁଟର ଭାଷା ହେଉଛି ବର୍ତ୍ତମାନ ଯୁଗରେ ଭାଷା ପାଇଁ ଏକ ବଡ଼ ଆହ୍ବାନ। ତେଣୁ ଓଡ଼ିଆ ଭାଷାକୁ ଏହା ସହିତ ସମନ୍ବିତ କରିବାକୁ ହେବ। ଯୁବ ସମାଜକୁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ଆଶା କରୁଛି ଓଡ଼ିଆ ଭାଷା ଆମ ଯୁବପିଢ଼ିର ଭାଷା ହେବ। ଆମେ ଆମ ଭାଷାର ଗୌରବକୁ ଅନୁଭବ କଲେ, ଏହା ନିଶ୍ଚୟ ଆଗକୁ ଯିବ। ସମ୍ମିଳନୀ ଅବସରରେ ଆୟୋଜିତ ମ୍ୟୁଜିଅମ ସମସ୍ତଙ୍କ ମନକୁ ଛୁଇଁଛି। ତେଣୁ ସମସ୍ତଙ୍କ ଅନୁରୋଧରେ ଏହାର ସମୟ ସୀମାକୁ ଆଉ ୩ଦିନ ବୃଦ୍ଧି କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହ ପୁରସ୍କାର ପାଇଥିବା ସମସ୍ତ ପ୍ରତିଭା ଓ ବ୍ୟକ୍ତିତ୍ୱଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୮ା୩: ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ଆଜି ରାଜ୍ୟରେ ୧.୬୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୧୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ...

ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC

ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍‌ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ...

ପିଜି ଡାକ୍ତରଙ୍କ ସଂଘବଦ୍ଧ ଆକ୍ରମଣ: ମହିଳା ରୋଗୀଙ୍କ ଭଉଣୀଙ୍କୁ ଦୁର୍ବ୍ୟବହାର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁବାର କେତେଜଣ ପିଜି ଡାକ୍ତର ଏକ ୱେବ୍‌ ଚ୍ୟାନେଲର ଖବରଦାତା ରଞ୍ଜିତ ମହାପାତ୍ରଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି। ଫଳରେ...

କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

ଏମ୍‌ଏସ୍‌ବି ଅଟୋମୋଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏହାର ବ୍ୟାପକ ଡିଲରଶିପ୍‌ ନେଟ୍‌ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର...

ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା...

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image