ପାଟଣା,୫ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ବଡ଼ଧନୁର୍ଜୟପୁର ଗ୍ରାମ ପୋଖରୀରେ ଗାଧୋଉଥିବା ସମୟରେ ଗୁରୁବାର ଜଣେ ୨୪ ବର୍ଷୀୟ ଯୁବକ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଆନ ମହାରଣାଙ୍କ ପୁଅ ଉମାକାନ୍ତ। ଖବର ପାଇ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ନେଇଛନ୍ତି। ପାଟଣା ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।