ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍‌କେ ବୋନି ଅମିନ। ତାଙ୍କଠାରୁ ଅପରାଧରେ ବ୍ୟବହୃତ ବୁଲେଟକୁ ଜବତ କରାଯାଇଛି। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁସାରେ, ପୀଡିତା ଯୁବତୀ ଓ ଅଭିଯୁକ୍ତ ବୋନିଙ୍କ ମଧ୍ୟରେ ଗତ ଚାରିବର୍ଷ ହେବ ପ୍ରେମ ସମ୍ପର୍କ ଥିଲା। ବୋନିଙ୍କୁ ବିବାହ କରିବା ଲାଗି ପୀଡିତା ତାଙ୍କ ଘରେ ଜଣାଇ ଥିଲେ ମଧ୍ୟ ଘର ଲୋକେ ଏଥିରେ ରାଜି ହୋଇ ନ ଥିଲେ। ଫଳରେ ପୀଡିତା ଜଣକ ଏନେଇ ପ୍ରେମିକ ବୋନିଙ୍କୁ ଜଣାଇବା ସହ ସମ୍ପର୍କ ନ ରଖିବା ଲାଗି କହିଥିଲେ। ଏଥିରେ ସେ ପ୍ରତିଶୋଧ ପରାୟଣ ହୋଇ ଗତ ୧୪ ତାରିଖ ରାତିରେ ପୀଡିତା ଶ୍ରିୟା ଛକରେ ଥିବା ଏକ ଜଳଖିଆ ଦୋକାନରୁ ଘରକୁ ଫେରୁଥିବାବେଳେ ତାଙ୍କୁ ଅପହରଣ କରିନେଇଥିଲେ। ତାଙ୍କୁ ବିବାହ ଲାଗି ଘରେ ମନାଇବା ଲାଗି ତାଙ୍କ ଉପରେ ଚାପ ପକାଇବା ସହିତ ତାଙ୍କୁ ମାଡ ମାରିଥିଲେ। ପୀଡିତା ଏହାର ବିରୋଧ କରିବାରୁ ଅଭିଯୁକ୍ତ ବୋନି ତାଙ୍କୁ ଜୀବନରୁ ମାରିଦେବାର ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri