ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର

ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର ଅଞ୍ଚଳରଭାଗବତ ରାଉତ ପୁତ୍ର
କପିଳେଶ୍ୱର (୩୮) ଙ୍କୁ କେତେକ ଦୁବୁତ୍ତ ଆକ୍ରମଣ କରିଥିଲେ। ଭୁଜାଲିରେ ମୁଣ୍ଡ ଏବଂ ବେକରେ ୮ ଥର ହାଣି ଥିବାରୁ ପ୍ରବଳ ରକ୍ତସ୍ରାବ ହେଉଥିଲା। ମାଫିଆମାନେ ତାଙ୍କ ବାମ ହାତକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ଲୋକମାନେ ତାଙ୍କୁ ପ୍ରଥମ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଖନ୍ତାପଡା ଥାନା ଅଧିକାରୀ ତଦନ୍ତ ଜାରି ରଖିଛନ୍ତି ।