ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ଗ୍ରାମ ଦେଇଯାଇଥିବା ବୈତରଣୀ ନଦୀରେ ମାଛ ଧରିବାକୁ ଯାଇ ସୋମବାର ଜଣେ ଯୁବକ ଭାସି ଯାଇଥିଲେ। ମଙ୍ଗଳବାର ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗ୍ରାମର ବାଲ୍ମୀକି ବିଶୋଇଙ୍କ ପୁଅ ସହଦେବ । ପାଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।