ଭିଣୋଇ, ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୧ା୧୨(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ଉଟୁଣୀଆମୁଣ୍ଡା ଗ୍ରାମରେ ଭିଣୋଇ ଓ ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରେ ଦେବଗଡ଼ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଉଟୁଣିଆମୁଣ୍ଡା ଗ୍ରାମର ରମେଶ ମୁଣ୍ଡାଙ୍କ ଭଉଣୀ ଜେମା ମୁଣ୍ଡାକୁ ଉକ୍ତ ଗ୍ରାମରେ ରହୁଥିବା ସିଙ୍ଗରାଇ ମୁଣ୍ଡା ପ୍ରାୟ ତିନି ବର୍ଷ ପୂର୍ବେ ବିବାହ କରିଥିଲେ। ସେମାନଙ୍କର ଏକ ଶିଶୁ ପୁତ୍ର ରହିଥିବା ବେଳେ ଜେମା ସିଙ୍ଗରାଇକୁ ଛାଡ଼ି ଅନ୍ୟ ଜଣେ ଯୁବକ ସହ ଅନ୍ୟତ୍ର ପଳାଇ ଯାଇଥିବା ବେଳେ ଶିଶୁ ପୁତ୍ରଟି ରମେଶଙ୍କ ଘରେ ରହିଥିଲା। ତେବେ ରମେଶ ସିଂରାଇକୁ ନିଜ ଶିଶୁ ପୁତ୍ରକୁ ନିଜ ପାଖକୁ ନେଇଯିବାକୁ କହିବାରୁ ଏ ନେଇ ଗତ ୪ ତାରିଖ ଦିନ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବାସହ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସିଙ୍ଗରାଇ ଜଣେ ସମ୍ପର୍କୀୟ କାଇରା ଲୁହୁରାଙ୍କ ସହ ମିଶି ରମେଶଙ୍କୁ ଆକ୍ରମଣ କରିବା ସହ ଏକ ଇଟା ସାହାଯ୍ୟରେ ରମେଶଙ୍କ ମୁଣ୍ଡକୁ ଛେଚିଥିଲେ। ଫଳରେ ଘଟଣାସ୍ଥଳରେ ରମେଶଙ୍କ ମୃତ୍ୟୁ ଘଟିଥିବା ଜାଣି ଉଭୟ ମୃତ ଶରୀରକୁ ନିକଟସ୍ଥ ଜଙ୍ଗଲରେ ଫିଙ୍ଗି ଚାଲି ଯାଇଥିଲେ। ରମେଶ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ କୌଣସି ସନ୍ଧାନ ନ ପାଇବାରୁ ଏ ନେଇ ଦେବଗଡ଼ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଶନିବାର ଉତଟୁଣିଆମୁଣ୍ଡା ଜଙ୍ଗଲରେ ଏକ ମୃତଦେହ ପଡ଼ିଥିବା ସୂଚନା ପାଇ ରମେଶର ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିବା ସହ ଦେବଗଡ଼ ଥାନାକୁ ସୂଚନା ଦେଇଥିଲେ। ରବିବାର ଦେବଗଡ଼ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ କାଇରାକୁ ଧରି ଘଟଣାର ସିନ୍‌ ରିକ୍ରିଏଶନ କରିଛି। ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ଇଟାକୁ ଜବତ କରିବା ସହ ଦୁଇ ଅଭିଯୁକ୍ତ ସମ୍ପର୍କୀୟ ମାମୁ କାଇରା ଲୁହୁରା ଓ ଭିଣୋଇ ସିଂରାଇକୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ...

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର

ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image