ଯୁବକଙ୍କୁ ହତ୍ୟା ସନ୍ଦେହ

କୋରାପୁଟ,୬।୨(ସ୍ବ.ପ୍ର.): କୋରାପୁଟ ସହରରେ ଜଣେ ଯୁବକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନିକଟରେ ଥିବା ଏକ ଟିଣ ଘରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛିି ା ବର୍ତ୍ତମାନ ଏହି ଘଟଣାକୁ ନେଇ ସହରରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ବିଜୟ ପଣ୍ଡା ା ଖବରପାଇ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକାର, ଏସ୍‌ଡିପିଓ ମୋନଜ ପୂଜାରୀ, ଟାଉନ ଥାନା ଅଧିକାରୀ ଧିରେନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତିା ସେହିପରି ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି ା ଟାଉନ ଥାନା ପକ୍ଷରୁ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କୋରାପୁଟ ହସ୍ପିଟାଲକୁ ପଠାଇଛି। ଏନେଇ ଥାନାରେ ୩୬/୨୦୨୩ରେ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରାଯାଉଥିବା ଜାରି ରହିଥିବା ଟାଉନ ଥାନା ଅଧିକାରୀ ସୂଚନା ଦେଇଛନ୍ତି ା