ଜାଗର ପୂର୍ବରୁ ଶିବ ମନ୍ଦିରରୁ ଚୋରି

ଭଞ୍ଜନଗର,୨୬ା୨(ବାବୁଲା ପ୍ରଧାନ): ମହାଶିବରାତ୍ରି ପୂର୍ବରୁ ଏକ ଶିବ ମନ୍ଦିରରୁ ଚୋରି ହୋଇଛି। ଭଞ୍ଜନଗର ଅଞ୍ଚଳର ବିଭିନ୍ନ ମନ୍ଦିରରେ ମଙ୍ଗଳବାର ରାତିରେ ମନ୍ଦିର କର୍ମକର୍ତ୍ତାମାନେ ଜାଗର ପାଇଁ ପ୍ରସ୍ତୁତିରେ ଲାଗିଥିଲେ। ଛେଦାଭୂମି ଶିବମନ୍ଦିର କର୍ମକର୍ତ୍ତା ଓ ପୂଜାରୀମାନେ ମଧ୍ୟ ସମସ୍ତ କାର୍ଯ୍ୟ ସାରି ରାତି ୧୨ଟାରେ ଘରକୁ ଫେରିଥିଲେ। ବୁଧବାର ସକାଳେ ପୂଜାରୀ ମନ୍ଦିରକୁ ଆସିବାରେ ବିଭିନ୍ନ ପିତଳ ମୂର୍ତ୍ତୀ ଓ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିବା ଦେଖିଥିଲେ। ମନ୍ଦିର କର୍ମକର୍ତ୍ତା ପହଞ୍ଚି ଘଟଣା ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ପହଞ୍ଚିବା ପୂର୍ବରୁ ଗ୍ରାମବାସୀ ସନ୍ଦେହରେ ଜଣଙ୍କୁ ଅଟକ ରଖି ପଚରାଉଚରା କରିବାରେ ଚୋରି ସମ୍ପର୍କରେ ଜଣାପଡିଥିଲା। ଏହି ଘଟଣାରେ ଆଉ ଜଣେ ଜଡ଼ିତ ଥିବା ଅଟକ ଅଭିଯୁକ୍ତ ଜଣକ ପୋଲିସ ଆଗରେ କହିଛନ୍ତି। ପରେ ପୋଲିସ ଚୋରି ଜିନିଷ ଅଭିଯୁକ୍ତଙ୍କ ଠାରୁ ଉଦ୍ଧାର କରିଥିଲା। ଅଭିଯୁକ୍ତଦ୍ୱୟ ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠରେ ମଧ୍ୟ ପଶି ବିଭିନ୍ନ ଜିନିଷ ଚୋରାଇ ନେଇଥିଲେ। ସେଥିମଧ୍ୟରୁ କିଛି ଜିନିଷ ପୋଲିସ ଜବତ କରିଛି। ପୋଲିସ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଚେଷ୍ଟା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image