ଚୋରି ସାମଗ୍ରୀ କିଣିବା ପଡ଼ିଲା ମହଙ୍ଗା: ଚୋର ସମେତ ୬ ଗିରଫ

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ମାମଲାରେ ଥାନା ଅଞ୍ଚଳର ଲୋକଙ୍କ ଘରେ ପସି ମୋବାଇଲ, ସୁନା ଅଳଙ୍କାର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରିବା ସହ ଚୋରଙ୍କୁ ଗିରଫ କରିଛି। ଏହା ସହ ଚୋରି ସାମଗ୍ରୀ କିଣିଥିବା ୫ ଜଣଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଗିରଫ ମୁଖ୍ୟ ଅଭିଯୁକ୍ତ ହେଲେ ଭବାନୀପାଟଣା କୁକୁଡା ଫାର୍ମ ଅଞ୍ଚଳରେ ରହୁଥିବା ଦେପୁର ଗ୍ରାମର ନୂତନ କିଶୋର ବାଣୁଆ (୩୦)।
ସୂଚନାଯୋଗ୍ୟ, ଭବାନୀପାଟଣା ସହର, ସଦର ଥାନା ଅଞ୍ଚଳ ସମେତ ଅନ୍ୟାନ୍ୟ ଅଞ୍ଚଳରେ ମୋବାଇଲ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଲଗାତାର ଚୋରି ହେଉଥିଲା। ଏ ସଂପର୍କରେ ଭବାନୀପାଟଣା ଟାଉନ ଥାନା କେସ୍‌ ନଂ ୧୮୨/୨୦ରେ ମାମଲା ରୁଜୁ କରାଯିବା ସହିତ ଆଇଆଇସି ସତ୍ୟ କୁମାର ନନ୍ଦ ଓ ଅଧିକାରୀମାନେ ତଦନ୍ତ କରରୁଥିଲେ। ତେବେ ବାଣୁଆଙ୍କୁ ଗିରଫ ପରେ ଚୋରି କରିଥିବା ମୋବାଇଲ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଜୁନାଗଡ ସହରର ମାରୱାଡି ପଡାର ଅଙ୍କିତ ଅଗ୍ରୱାଲ (୨୩), ଗୋଲାମୁଣ୍ଡା ବ୍ଲକର ଫରଙ୍ଗ ନିକଟସ୍ଥ ଫୁଣ୍ଡା ଗ୍ରାମର ଶେଷଦେବ ଭୋଇ (୩୭), ଭବାନୀପାଟଣାର ନୂଆପଡା ନିବାସୀ ଏନ୍‌. ଶିବା ରାଓ (୨୩), ଦର୍ପଣ ସାଗର ପଡାର ଭାରତୀ ପ୍ରଧାନ ଏବଂ ଶ୍ରୀପୁର ଗ୍ରାମର ଦଣ୍ଡ ଗଉଡକୁ ବିକ୍ରି କରିଥିବା ପୋଲିସକୁ ଜଣାଇଥିଲେ। ତେବେ ସେମାନଙ୍କ ଘରେ ଆଇଆଇସି ଚଢାଉ କରି ଚୋରି ଜିନିଷ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri