ଯାଜପୁରରେ ୨୭,୯୨୯ ମାଟ୍ରିକ ପରୀକ୍ଷାର୍ଥୀ

ଯାଜପୁର ଟାଉନ,୨୯ା୪(ଡି.ଏନ.ଏ.): ମାଟ୍ରିକ ପରୀକ୍ଷାରେ ଯାଜପୁର ଜିଲାର ୧୯୨ଟି କେନ୍ଦ୍ରରେ ମୋଟ୍‌ ୨୭,୯୨୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏହି ପରୀକ୍ଷା ୨୯ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ ନିୟମ ଅନୁସାରେ ପରୀକ୍ଷାର୍ଥୀ ପରୀକ୍ଷା ଦେବାପାଇଁ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୨୬,୬୬୨ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ରାଜ୍ୟ ମୁକ୍ତ ପ୍ରତିଷ୍ଠାନର ୫୧୯ ଓ ୭୮୮ ଜଣ ମଧ୍ୟମା ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ୧୬୧ଟି କେନ୍ଦ୍ର ହୋଇଥିବା ବେଳେ ୯ଟି କେନ୍ଦ୍ର ରାଜ୍ୟ ମୁକ୍ତ ପ୍ରତିଷ୍ଠାନ ଓ ୨୨ଟି କେନ୍ଦ୍ରରେ ମଧ୍ୟମା ପାରୀକ୍ଷାର୍ଥୀ ପରୀକ୍ଷା ଦେବେ। ପରୀକ୍ଷାକୁ ସୁପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ୧୦ଟି ନୋଡାଲ ଅଧୀନରେ ୩୨ ଜଣିଆ ଡେସ୍‌ପାଚିଂ ଦଳ ନିୟୋଜିତ କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ମାଟ୍ରିକ ପରୀକ୍ଷାର୍ଥିଙ୍କ ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପାନୀୟ ଜଳ ବନ୍ଦୋବସ୍ତ କରାଯିବା ସହ ପର୍ଯ୍ୟାପ୍ତ ଓଆରଏସ୍‌ ମହଜୁଦ ରଖାଯାଇଛି। ପରୀକ୍ଷାର୍ଥୀମାନେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖିବେ। ପରୀକ୍ଷା କେନ୍ଦ୍ରରେ ସାନିଟାଇଜର୍‌ ଉପଲବ୍ଧ କରାଯିବ ବୋଲି ଜିଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri