ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ ୪୫୯ ସ୍ଥାନୀୟ ସଂକ୍ରମଣ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share