ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୭୬୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ଜିଲାରୁ ସର୍ବାଧିକ ୧୨ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୨, ବରଗଡ଼ରୁ ୮, ଭଦ୍ରକ ୧, ବଲାଙ୍ଗୀରରୁ ୧, କଟକ ୭, ଓ ଗଞ୍ଜାମ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଯାଜପୁରର ୩, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୭, କୋରାପୁଟରୁ ୨ ମୟୂରଭଞ୍ଜରୁ ୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୂଆପଡ଼ାରୁ ୧, ପୁରୀରୁ ୧, ରାୟଗଡ଼ାରୁ ୨ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଅଛନ୍ତି।

Share