କଟକ ବିଜେଡିରେ ଗୋଷ୍ଠୀକନ୍ଦଳ:ଦେବାଶିଷ କହିଲେ…

କଟକ,୨୫।୧(ଶିଳ୍ପା ପ୍ରିୟଦର୍ଶିନୀ):କଟକ ବିଜେଡି ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଗୁରୁବାର ନେତାଜୀ ଜୟନ୍ତୀରେ ଆୟୋଜିତ ମଶାଲ ଶୋଭାଯାତ୍ରାରେ ମେୟର ସୁବାସ ସିଂ ଓ ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ ଉପସ୍ଥିତ ନଥିଲେ । ଦଳୀୟ କାର୍ଯ୍ୟକ୍ରମରୁ ଉଭୟ ନେତା ନିଜକୁ ଦୂରେଇ ରଖୁଥିବା ଓ ବିଜେଡିରେ କନ୍ଦଳ ଥିବା ନେଇ ବେଶ ଚର୍ଚ୍ଚା ହୋଇଥିଲା।
ଏପରିକି ଶୋଭାଯାତ୍ରା ପରେ ରାଜ୍ୟସଭା ସଦସ୍ୟ ଦେବାଶିଷଙ୍କ ଘରେ ଯୁବ ନେତା ମେଳି ହୋଇଥିଲେ ମଧ୍ୟ ବିଧାୟକ ସୌଭିକ୍‌ ଉପସ୍ଥିତ ନଥିବା ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ନ ଦେବା ପ୍ରସଙ୍ଗରେ ବିଧାୟକ ସୌଭିକ୍‌ ଶୁକ୍ରବାର ବାରବାଟୀ ଷ୍ଟାଡ଼ିୟମସ୍ଥିତ ଓସିଏ ସମ୍ମିଳନୀକକ୍ଷରେ ଆୟୋଜିତ ଏକ ବୈଠକରେ ଯୋଗ ଦେବା ପରେ ଖବରଦାତାଙ୍କ ପ୍ରଶ୍ନରେ ପ୍ରତ୍ରିକ୍ରିୟା ରଖି କହିଛନ୍ତି, ଦୁଇଟି ଅନ୍ୟ କାର୍ଯ୍ୟକ୍ରମ ଥିବାରୁ ଶୋଭାଯାତ୍ରାରେ ଯୋଗ ଦେଇ ପାରି ନଥିଲି। ଦେବାଶିଷ ସାମନ୍ତରାୟଙ୍କ ଘରକୁ ଯୁବନେତା ଯିବା ବିଷୟରେ ମୁଁ ଅବଗତ ନଥିଲି ସେଥିପାଇଁ ଯାଇପାରିନି। ଅନ୍ୟପକ୍ଷେ ମେୟର ସୁବାସ ଏହି ସମସ୍ତ ପ୍ରସଙ୍ଗରେ ପ୍ରତିକ୍ରିୟା ଦେବାକୁ ସିଧାସଳଖ ମନା କରିଥିଲେ।

କଟକ ବିଜେଡିରେ ଗୋଷ୍ଠୀକନ୍ଦଳ ଧୀରେ ଧୀରେ ସାମ୍ନାକୁ ଆସୁଥିବାବେଳେ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ ଏହାକୁ ଖଣ୍ଡନ କରିଛନ୍ତି। ଏଥିସହ କଟକ ରାଜାବଗିଚାଠାରେ ଥିବା ତାଙ୍କ ବାସଗୃହରେ ଯୁବନେତାଙ୍କ ମେଳି ପ୍ରସଙ୍ଗରେ ଦେବାଶିଷ ରାଜାବଗିଚାସ୍ଥିତ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଦଳକୁ ଏହି ଯୁବପିଢ଼ି ଆଗେଇ ନେବେ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବପ୍ନ ସାକାର କରିବା ପାଇଁ ଏମାନେ ମଙ୍ଗ ଧରିବେ ବୋଲି ଦେବାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri