ଆଜି ଏହି ସବୁ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି। ସୋମବାର ରାଜଧାନୀ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ଝଡ଼ବର୍ଷା ହୋଇଛି।
ଆଜି ଉତ୍ତର ଓଡ଼ିଶା, ଉପକୂଳ ଓ ଦକ୍ଷିଣ-ଉପକୂଳ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ହୋଇପାରେ। କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।

Share