ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା ଏବଂ ପ୍ରତିରୋଧ ପାଇଁ ଗୁରୁତ୍ୱ ଦିଆଯାଇଛି। ଏ ଦିଗରେ ଓଡ଼ିଶା ଆଖିଦୃଶିଆ କାର୍ଯ୍ୟକ୍ରମ କରି ଯକ୍ଷ୍ମାର ସକ୍ରିୟତାକୁ ହ୍ରାସ କରିପାରିଛି। ତେବେ ୨୦୨୩ ଫେବୃଆରୀ ପରଠାରୁ ଭାରତ ସରକାରଙ୍କ କେନ୍ଦ୍ରୀୟ ଟିବି ଡିଭିଜନରୁ ଓଡ଼ିଶାକୁ ପର୍ଯ୍ୟାପ୍ତ ଆଣ୍ଟି ଟିବି ଔଷଧ ଯୋଗାଣ ହୋଇନାହିଁ। ଫଳରେ ରାଜ୍ୟରେ ଏହି ଔଷଧର ଘୋର ଅଭାବ ଦେଖାଦେଇଛି। ଟିଭି ଚିକିତ୍ସା ଉପରେ ଏହାର ସିଧାସଳଖ ପ୍ରଭାବ ପଡୁଛି। ଆଣ୍ଟି ଟିବି ଔଷଧ ବଜାରରେ ଉପଲବ୍ଧ ହେଉନାହିଁ। ଏହି ଘଟଣାର ଅନୁଧ୍ୟାନ କରିବା ସହ ରାଜ୍ୟକୁ ଯକ୍ଷ୍ମା ଔଷଧ ଯୋଗାଣ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ମନସୁଖ ମାଣ୍ଡବ୍ୟଙ୍କୁ ଚିଠି ଲେଖିଛନ୍ତି।
ଭାବରେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚାଇବା ସହ ନିରାମୟ ଯୋଜନାରେ ରୋଗୀଙ୍କୁ ମାଗଣାରେ ଔଷଧ ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରତି ସ୍ବାସ୍ଥ୍ୟକେନ୍ଦ୍ରରେ ସୁବିଧା କରୁଛନ୍ତି। ହେଲେ ଯକ୍ଷ୍ମା ଭଳି ସଂକ୍ରାମକ ରୋଗ ପାଇଁ ଅନେକ ଜିଲାର କୌଣସି ସ୍ବାସ୍ଥ୍ୟକେନ୍ଦ୍ରରେ ଔଷଧ ଉପଲବ୍ଧ ନ ଥିବା ଜଣାପଡ଼ିଛି। ଅନେକ ସମୟରେ ମେଡିକାଲରେ ଛୋଟ ପିଲାଙ୍କ ପାଇଁ ଟିବି ଔଷଧ ଉପଲବ୍ଧ ହେଉନାହିଁ। କେବଳ ବଡ଼ମାନଙ୍କ ପାଇଁ ଔଷଧ ଥିବା କହି ଫେରାଇ ଦେଉଥିବା ଅଭିଯୋଗ ହେଉଛି।
୨୦୨୫ ସୁଦ୍ଧା ରାଜ୍ୟର ସମସ୍ତ ପଞ୍ଚାୟତକୁ ଯକ୍ଷ୍ମାମୁକ୍ତ କରିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ନିରନ୍ତର ବିକାଶ ଲକ୍ଷ୍ୟର ଏକ ଅଂଶବିଶେଷ ଯକ୍ଷ୍ମାମୁକ୍ତ ଓଡ଼ିଶା। ୧୦ ବର୍ଷରେ ସାରା ଦେଶରେ ଓଡ଼ିଶା ୧୨ଟି ର଼୍ୟାଙ୍କ ଉପରକୁ ଉଠି ଏବେ ୨ ନମ୍ବରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri