ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ

ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ମଙ୍ଗଳବାର ଆମ୍ବୁଲାନ୍ସ ଗ୍ରାମକୁ ଯାଇ ନ ପବାରୁ ଗ୍ରାମବାସୀ ଏକ ମୃତଦେହକୁ ୯ କି.ମି. କାନ୍ଧରେ ବୋହି ଗ୍ରାମକୁ ନେଇଥିଲେ। ଗଜପତି ଜିଲା ଗୁମ୍ମା ବ୍ଲକ ବୃଷଭ ପଞ୍ଚାୟତ ବାରୁସିଂ ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି।

ଖବରରୁ ଜଣାପଡିଛି, ବାରୁସିଂ ଗ୍ରାମର ରାଜେଶ ରଈତ (୨୫) ହାଇଦ୍ରାବାଦର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। କୌଣସି କାରଣରୁ ରବିବାର ରାଜେଶଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ମୃତଦେହ ଆମ୍ବୁଲାନ୍ସରେ ହାଇଦ୍ରାବାଦରୁ ଗ୍ରାମକୁ ଅଣାଯାଇଥିଲା। ମାତ୍ର ଗ୍ରାମକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଗ୍ରାମକୁ ଯାଇ ପାରିଲାନି। ଫଳରେ ୯ କି.ମି. ଦୂରରେ ମୃତଦେହ ରହିଥିଲା। ଗ୍ରାମବାସୀ କାନ୍ଧରେ ଭାର କରି ମୃତଦେହକୁ ପାହାଡ଼ ଓ ଘଞ୍ଚ ଜଙ୍ଗଲ ଦେଇ ଗ୍ରାମକୁ ନେଇଥିଲେ। ଗ୍ରାମକୁ ପକ୍କା ରାସ୍ତାଟିଏ କରିବାକୁ ଗ୍ରାମବାସୀ ବିଡ଼ିଓଙ୍କଠାରୁ ଆରମ୍ଭ କରି ଜିଲାପାଳ ଏବଂ ବିଭିନ୍ନ ଜନଅଭିଯୋଗ ଶୁଣାଣିରେ ଜଣାଇଥିଲେ ମଧ୍ୟ ଏଯାଏ କିଛି ସୁଫଳ ମିଳି ନ ଥିବା ଗ୍ରାମବାସୀ ଦିସ ରଈତ, ଏବି ରଈତ,ଏଜିକେଲ ରଈତ, ବିଶ୍ୱନାଥ ରଈତଙ୍କ ସହ ଅନ୍ୟମାନେ କହିଛନ୍ତି। ସୂଚନାଯୋଗ୍ୟ, ଗ୍ରାମରେ ରାଜେଶଙ୍କ ସ୍ତ୍ରୀ ଓ ୮ମାସର ସନ୍ତାନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri