କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଲାଗି ଅଙ୍କ ଛିଡ଼ୁ ନ ଥିବା ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ନ ହୋଇ ମୃତଦେହ ପଡ଼ି ରହିଛି।

ସୂଚନାନୁଯାୟୀ, ଚନ୍ଦକା ପଞ୍ଚାୟତର ଧୁସୁରିଗୁଡା ଗ୍ରାମର ଚମ୍ପି ନିଧିଙ୍କ ପୁଅ ସୀମାଞ୍ଚଳଙ୍କ ସହ ଅନ୍ୟ ଦୁଇ ଯୁବକ(ପାଙ୍ଗି ଆପାରାଓ ଏବଂ କୁରୁଡା ବଇ) ରାୟପୁର-ବିଶାଖାପାଟଣା-ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ଶନିବାର ବିଳମ୍ବିତ ରାତିରେ ପଞ୍ଚାୟତର ରାଇଗୁଡା ଟର୍ନେଲ ନିକଟରେ କାମ କରୁଥିବା ସମୟରେ ଏକ ଜେସିବି ମେଶିନ ମାଡ଼ିଯିବା ଯୋଗୁ ସୀମାଞ୍ଚଳଙ୍କ ମୃତ୍ୟୁ ଘଟିଥିଲା। ଏହି ସମୟରେ ଟର୍ନେଲ କାର୍ଯ୍ୟରେ ନିୟୋଜିତ କମ୍ପାନୀର କର୍ମକର୍ତ୍ତା ମୃତଦେହକୁ ଉଦ୍ଧାର କରି ଶନିବାର ସକାଳେ ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିନ୍ତୁ ପୋଲିସ ନିକଟରେ ଦୁର୍ଘଟଣାକୁ ନେଇ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବାରୁ ମୃତଦେହ ବ୍ୟବଚ୍ଛେଦରେ ବିଳମ୍ବ ହୋଇଥିଲା। ଏହି ସମୟରେ ମୃତ ସିମାଞ୍ଚଳଙ୍କ ସମ୍ପର୍କୀୟ ଏବଂ ଗ୍ରାମବାସୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣା ସମ୍ପର୍କରେ ଦୁର୍ଘଟଣା ସମୟରେ ଉପସ୍ଥିତ ରହିଥିବା ଉପରୋକ୍ତ ଦୁଇ ଯୁବକଙ୍କଠାରୁ ବୁଝି କ୍ଷତିପୂରଣ ପାଇଁ ଦାବି କରିଥିଲେ । ହେଲେ ନିର୍ମାଣ କାର୍ଯ୍ୟରେ ନିୟୋଜିତ କରିଥିବା କମ୍ପାନୀ ପକ୍ଷରୁ ସହଯୋଗ ମିଳି ନାହିଁ। ପରିବାରଲୋକଙ୍କଠାରୁ ଲିଖିତ ଅଭିଯୋଗ ଗ୍ରହଣ କରି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପ୍ରସ୍ତୁତ ରହିଥିଲେ ମଧ୍ୟ କ୍ଷତିପୂରଣ ନେଇ ଛିଡୁ ନ ଥିବା ଅଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ନ ହୋଇ ପଡି ଛି ମୃତଦେହ । ଏହାକୁ ନେଇ ମୃତ ସମ୍ପର୍କୀୟଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି । ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାର ସମାଧାନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image