ଜାତୀୟ ଉଦ୍ୟାନର ୩ ନଦୀ ସିଷ୍ଟମରେ ଜଳାଭାବ

କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆର୍ଦ୍ରଭୂମିକୁ ସଂଲଗ୍ନ କରୁଥିବା ୩ ନଦୀ ସିଷ୍ଟମ ଜଳାଭାବରୁ ଶୁଖିଲା ପଡିଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀ ସିଷ୍ଟମରେ ଥିବା ୭ ନଦୀରେ ଏବେ ପ୍ରଦୂଷିତ ଜଳ ପ୍ରବାହିତ ହେଉଛି। ଏହି ଜଳ ଜାତୀୟ ଉଦ୍ୟାନର ବହୁ କ୍ଷତି ଘଟାଇବ ବୋଲି ପରିବେଶବିତ୍‌ମାନେ ଆଶଙ୍କା ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ପରିବେଶବିତ୍‌ ଅଧ୍ୟାପକ କ୍ଷୀତିଶ କୁମାର ସିଂହ କହିଛନ୍ତି, ଭିତରକନିକା ଆର୍ଦ୍ରଭୂମିରେ ପ୍ରଦୂଷିତ ଜଳକୁ ନେଇ ହାଇକୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ନିକଟରେ ଏହି ମାମଲାର ହାଇକୋର୍ଟ ପକ୍ଷରୁ ରହିଥିବା ଆମିକସକ୍ୟୁରୀ ମୋହିତ ଅଗ୍ରୱାଲ ଆଶଙ୍କା କରିଛନ୍ତି ଯେ, ବ୍ରାହ୍ମଣୀ ନଦୀ ଜଳ ଭିତରକନିକାକୁ ସର୍ବାଧିକ ପ୍ରଦୂଷିତ କରୁଛି। ନାଲ୍‌କୋ ଓ ଅନ୍ୟ ସାର ଶିଳ୍ପରୁ ନିର୍ଗତ ରାସାୟନିକ ଦ୍ରବ୍ୟ ବ୍ରାହ୍ମଣୀ ନଦୀକୁ ପ୍ରଦୂଷିତ କରୁଛି। ଏହି ଶିଳ୍ପଗୁଡ଼ିକ କୋଇଲା ସହିତ ଫ୍ଲୋରାଇଡ, ନାଇଟ୍ରୋଜେନ, ସିଆନାଇଡ, କ୍ରୋମିଅମ, ଫ୍ଲାଏ ଆଶ ସହିତ ଅନ୍ୟ ସାମଗ୍ରୀ ବ୍ୟବହାର କରୁଥିବାରୁ ଏହାର ଉଦ୍‌ବୃତତ୍ତ ଅଂଶ ବ୍ରାହ୍ମଣୀରେ ମିଶୁଛି। ଭିତରକନିକା ଜଳ ପ୍ରଦୂଷଣରେ ଅବାଧ ନୌଚଳାଚଳ, ବେଆଇନ ଭାବେ ରହିଥିବା ବାଂଲାଦେଶୀଙ୍କ ଦ୍ୱାରା ବନ କ୍ଷୟ ଓ ଚିଙ୍ଗୁଡି ଘେରି ଆଦି ନିର୍ମାଣ ଏହାର କାରଣ ହୋଇଛି। ଅପରପକ୍ଷରେ ଏହି ଆର୍ଦ୍ରଭୂମିକୁ ଆଗାମୀଦିନରେ ମଧୁର ଜଳ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ନାଳ ଭିତରକନିକାର ହେନ୍ତାଳ ବଣକୁ ବଞ୍ଚାଇ ରଖୁଛି। ତେବେ ବିଭିନ୍ନସ୍ଥାନରେ ମଧୁର ପାଣି ଅଟକ ଓ ଉତ୍ତୋଳନ ଜୈବ ବିବିଧତାକୁ ନଷ୍ଟ କରିବ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ମଧୁର ଜଳ ଅଭାବ ହେନ୍ତାଳବଣ ନଷ୍ଟର କାରଣ ହେବ। ୬୦ ପ୍ରତିଶତ ଲୁଣା ଓ ୪୦ ପ୍ରତିଶତ ମଧୁର ଜଳର ମିଶ୍ରଣ ଅଞ୍ଚଳରେ ସାଧାରଣରେ ହେନ୍ତାଳବଣ ସୃଷ୍ଟି ହୋଇଥାଏ। ମଧୁର ଜଳ ନ ଥିବାରୁ ସମୁଦ୍ର ତଟରେ କେବଳ ଝାଉଁବଣ ଦେଖିବାକୁ ମିଳେ। ଭିତରକନିକାକୁ ମଧୁର ଜଳ ଯୋଗାଉଥିବା ମୁଖ୍ୟତଃ ମହାନଦୀ, ବୈତରଣୀ ଓ ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତା ଏବେ ଅକାମୀ ହେବାକୁ ଯାଉଛି। ଛତିଶଗଡ଼ ରାଜ୍ୟରେ ବନ୍ଧ ନିର୍ମାଣ ପରେ ମହାନଦୀ ଜଳକୁ ନେଇ ଓଡ଼ିଶା ସରକାରଙ୍କ ସହିତ ଦ୍ୱନ୍ଦ୍ୱ ଦେଖାଯାଇଛି। ଅଣମୌସୁମୀରେ ମହାନଦୀର ତଳ ମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲାରେ ଜଳ ସ୍ରୋତ କମି ଯାଇଛି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ସନ୍ତରାଠାରେ ମହାନଦୀରେ ଏକ ବୃହତ ଜଳାଶୟ ନିର୍ମାଣ କରାଯାଇ କେନ୍ଦ୍ରାପଡ଼ା ଜିଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହେବାକୁ ଯାଉଛି। ଜଳାଶୟରୁ ଉଦ୍‌ବୃତ୍ତ ଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୨୦୦ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ୨ଟି ମେଗା ପ୍ରକଳ୍ପ ନିର୍ମାଣାଧୀନ ଅଛି। ଫଳରେ ମହାନଦୀର ତଳମୁଣ୍ଡରେ ଥିବା ଭିତରକନିକାକୁ ମଧୁର ଜଳ ପହଞ୍ଚତ୍ବା ଆଶା କ୍ଷୀଣ ହୋଇଛି। ସେହିପରି କିଛି ବର୍ଷ ଧରି ଅଣମୌସୁମୀ ସମୟରେ ବୈତରଣୀର ମଧୁର ଜଳ ଭିତରକନିକାକୁ ପହଞ୍ଚୁ ନାହିଁ। ମୌସୁମୀ ସମୟରେ ଭିତରକନିକା ଆସୁଥିବା ଜଳକୁ ଏବେ ଯାଜପୁର ସହର ନିକଟ ନିର୍ମାଣାଧୀନ ଜଳାଶୟରେ ରଖିବାକୁ ଯୋଜନା ହୋଇଛି। ବ୍ରାହ୍ମଣୀ ସିଷ୍ଟମରେ ବ୍ରାହ୍ମଣୀ ଓ ଶାଖା ନଦୀ ଖରସ୍ରୋତା ଅଛି। ଏବେ ଖରସ୍ରୋତାରେ କେନ୍ଦ୍ରାପଡ଼ା ଜିଲାର ୨ଟି ସ୍ଥାନରେ ମେଗା ଜଳସେଚନ ପ୍ରକଳ୍ପ ଓ ୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିସହ ଭଦ୍ରକ ଜିଲାର ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ନିଆଯାଉଛି। ଏହି ୫ ପ୍ରକଳ୍ପର ଆବଶ୍ୟକ ଜଳକୁ ଖରସ୍ରୋତାରେ ଏକ ବ୍ୟାରେଜ ଦ୍ୱାରା ଅଟକାଇବା ପାଇଁ ସ୍ଥାନୀୟ ଅଞ୍ଚଳରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନ ହେଉଛି। ବ୍ୟାରେଜ ପରେ ଉଦ୍‌ବୃତ୍ତ ଜଳ ଭିତରକନିକାରେ ପହଞ୍ଚତ୍ବା ନେଇ ସନ୍ଦେହ ପ୍ରକାଶ ପାଇଛି। କେବଳ ବ୍ରାହ୍ମଣୀର ସ୍ବଳ୍ପଧାରା ଭିତରକନିକାର ପ୍ରାକୃତିକ ବିଭବକୁ ବଞ୍ଚାଇବା ସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri