ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌ ମାଡ଼ିବସିଲେ….

ହେଉଥିବା ବେଳେ ମାଡ଼ି ବସିଲେ ପୋଲିସ ଓ ବନ କର୍ମ ଚାରି: ୨ଗିରଫ॥ ପାଟଣା,୩୦।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡ଼ା ସେକ୍ସନ ଓସ୍ତଯୋଡ଼ି ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ କଲାରା ପତରିଆ ବାଘଛାଲ ବିକ୍ରିପାଇଁ ଡିଲ ଚାଲିଥିବା ବେଳେ ମାଡ଼ିବସିଲେ ବନକର୍ମଚାରୀ ପୋଲିସ।
କୌଣସି ସୂତ୍ରରୁ ଖବର ପାଇ ପାଟଣା ବନ କର୍ମଚାରୀ ଓ ପୋଲିସ ଚାଢାଉ କରି ୨ଜଣକୁ କାବୁ କରିବା ସହ ବାଘ ଛାଲ, ଏକ ବାଇକ, ୨ ମୋବାଇଲ ଫୋନ ଜବତ କରିଛନ୍ତି। ଗିରଫ ୨ ବ୍ୟକ୍ତି ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁର ମୁଣ୍ଡା ଥାନା ବସନ୍ତପୁର ଗ୍ରାମର ରାମ ବାନ୍ଦିଆ ଓ ମୟୂରଭଞ୍ଜ ଜିଲା ଠାକୁର ମୁଣ୍ଡା ଥାନା ଖଡ଼ିପାଳ ଗ୍ରାମର ସାଗର କୁଳପାଡ଼ିଆ। ବାଘ ଛାଲର ବିକ୍ରେତା ରାମ ବାନ୍ଦିଆ ଥିବା ବେଳେ କ୍ରେତା ସାଗର କୂଳପଡିଆ ଥିଲେ। ଡିଲ ଚାଲିଥିବା ବେଳେ ପାଟଣା ଥାନା ଇନ୍ସପେକ୍ଟର ଉଦୟବୀର କୁଲୁ ଓ ପାଟଣା ରେଞ୍ଜର ବନବିହାରୀ ସର୍ଦ୍ଦାର ଓ ସାହାର ପଡ଼ା ବନପାଳ ଭୂପତି ସେଠୀ ଚଢାଉ କରିଥିଲେ। ଏ ନେଇ ପାଟଣା ରେଞ୍ଜରେ ଓଆର କେସ ନ. ୮୪(ପି)/୨୪ ର ଏକ ମାମଲା ରୁଜୁ ହୋଇଥିବା ଏକ ଖବର ଦାତା ସମ୍ମିଳନୀରେ ଘଟଗାଁ ଏସ୍‌ଡିପିଓ ପ୍ରଭାତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ଏହି ଖବର ଦାତା ସମ୍ମିଳନୀରେ ଏସିଏଫ (ସହକାରୀ ବନ ସଂରକ୍ଷକ)ଅଶୋକ କୁମାର ଦାଶ, ଜିତେନ୍ଦ୍ର କୁମାର ବେହେରା, ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ ଓ ରେଞ୍ଜର ବନ ବିହାରୀ ସର୍ଦ୍ଦାର ପ୍ରମୁଖ ସାମିଲ ହୋଇଥିଲେ। ଏହି ଚଢାଉ କେନ୍ଦୁଝର ଡିଏଫଓ ଧନରାଜ ହନୁମନ୍ତ ଧମଧେର ଓ ଏସପି କୁଶଲ କର ନୀତିନ୍‌ ଦାଗୁଡୁଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉ ହୋଇଥିଲା। ଗଠିତ ପାଟଣା ରେଞ୍ଜ କର୍ମଚାରୀ ଓ ପୋଲିସର ମିଳିତ ଚାଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri