ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର ବାଂଲାଦେଶ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମେ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏବେ ନଦୀଗୁଡିକ ଫୁଲୁଥିବା ବେଳେ ଆଗାମୀ ଦିନରେ ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ପ୍ରଥମେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲାଗୁଡିକରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସେଠାକାର ନଦୀରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri