ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି। ବୁଧବାର ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଦିନ ପ୍ରାୟ ସାଢ଼େ ୩ଟାରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା କ୍ଷଣି ଭକ୍ତିରେ ଉଛୁଳି ଉଠିଥିଲା ପରିବେଶ। ତାଳଧ୍ୱଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ କାଳିଆ ଠାକୁରଙ୍କ ରଥକୁ ଶ୍ରୀମନ୍ଦିର ଆଡ଼କୁ ଲକ୍ଷ ଲକ୍ଷ ଭକ୍ତ ଟାଣି ନେଇଥିଲେ ।

Share