ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍‌: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି ନୂଆପଡ଼ା ଜିଲାରେ। ମୃତ ଖେଳାଳି ହେଉଛନ୍ତି ଛତିଶଗଡ଼ ଖଗେଶ୍ୱର ରାଠିଆ।

ପ୍ରତିବର୍ଷ ପରି ଚଳିତବର୍ଷ ଦୁର୍ଗା ପୂଜା ଉପଲକ୍ଷେ କୋମନା ଥାନା ତରବୋଡ ଗାଁରେ ଆନ୍ତଃ ରାଜ୍ୟ କବାଡି ଟୁର୍ଣ୍ଣାମେଣ୍ଟ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟର ୨୧ଟି ଟିମ୍‌ ଭାଗ ନେଇଥିଲେ। ଆଜି ଫାଇନାଲ୍‌ ମ୍ୟାଚ୍‌ ଖେଳା ଯାଉଥିଲା। ସକାଳେ ନିର୍ଦ୍ଧାରିତ ସମୟରେ ଖେଳ ଆରମ୍ଭ ହୋଇଥିଲା। ମୁହାଁମୁହିଁ ହୋଇଥିଲେ ନୂଆପଡାର ହାତୀସରା ଟିମ୍‌ ଓ ଛତିଶଗଡ ମହାସମୁନ୍ଦ ଜିଲ୍ଲା ସରାଇପାଲି ଡୁଡୁମଚୁଆ ଗାଁର ଟିମ୍‌।

ପ୍ରଥମ ହାପ୍‌ରୁ ଡୁଡୁମଚୁଆ ଟିମ୍‌ ଜବରଦସ୍ତ ଖେଳ ପ୍ରଦର୍ଶନ କରିଥିଲା। ପ୍ରତିପକ୍ଷ ଟିମ୍‌କୁ ଚକମା ଦେଇ ପଏଣ୍ଟ ହାସଲ କରୁଥିଲେ। ପ୍ରଥମ ପରି ଦ୍ୱିତୀୟ ହାପ୍‌ରେ ମଧ୍ୟ ଡୁଡୁମଚୁଆ ଟିମ୍‌ ଭଲ ଖେଳ ପ୍ରଦର୍ଶିତ କରି ପଏଣ୍ଟ ହାତେଇ ଥିଲା। ଟିମ୍‌ ବିଜୟ ଦ୍ୱାରରେ ପହଞ୍ଚିଥିଲା। ଖେଳ ସରିବାକୁ ଆଉ ଅଢ଼େଇ ମିନିଟ୍‌ ବାକିଥିଲା। ଶେଷ ପର୍ଯ୍ୟାୟରେ ଡୁଡୁମଚୁଆ ଟିମ୍‌ର ଧୂରନ୍ଦର ଖେଳାଳୀ ୨୬ ବର୍ଷୀୟ ଖଗେଶ୍ୱର ରାଠିଆ ରେଡ୍‌ କରିବାକୁ ଯାଇଥିଲେ। ହେଲେ ପ୍ରତିପକ୍ଷ ଟିମ୍‌ର ଡିଫେଣ୍ଡରମାନେ ତାଙ୍କୁ ଧରି ପକାଇଥିଲେ। ଯେଉଁଥିପାଇଁ ଖଗେଶ୍ୱର ରାଗି ଯାଇଥିଲେ।

ରାଗ ତମ୍‌ତମ ହୋଇ ଖଗେଶ୍ୱର ନିଜ ପାର୍ଶ୍ୱକୁ ଫେରୁଥିବା ବେଳେ ତଳେ ପଡ଼ି ଯାଇଥିଲେ। ଆଉ ଉଠି ପାରି ନ ଥିଲେ। ସାଥୀ ଖେଳାଳୀ ଓ ଆୟୋଜକମାନେ ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ତରବୋଡ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପ୍ରକାଶ ପାଇବା ପରେ ଶୋକର ଛାୟା ଖେଳି ଯାଇଛି।

ମୃତ କବାଡି ଖେଳାଳୀଙ୍କ ଘର ଛତିଶଗଡ଼ ଡୁଡୁମଚୁଆ ଗାଁରେ। ପୋଲିସ ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲା। ଅପରାହ୍ନରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପରିବାର ଲୋକ ଖଗେଶ୍ୱରଙ୍କ ମୃତଦେହକୁ ଧରି ଗାଁକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri