ପଶ୍ଚିମ ଦ୍ୱାରରେ ପୁରୀବାସୀଙ୍କ ଦର୍ଶନ ପାଇଁ ହେବ ସ୍ବତନ୍ତ୍ର ବ୍ୟାରିକେଡ୍‌

ପୁରୀ,୩୧ା୩(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସିୁଥିବା ଭକ୍ତମାନଙ୍କ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶ୍ରୀମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ସ୍ଥାନୀୟ ଭକ୍ତଙ୍କ ସହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଶୁକ୍ରବାର ଛୁଟିଦିନ ଥିବାରୁ ମହାପ୍ରଭୁଙ୍କ ଦର୍ଶନ କରିବାକୁ ପୁରୀରେ ପ୍ରବଳ ଗହଳି ହୋଇଥିବାବେଳେ ଭକ୍ତମାନେ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ପଶ୍ଚିମ ଦ୍ୱାରଦେଇ କେବଳ ପୁରୀବାସୀଙ୍କ ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ସେବାୟତମାନେ ସେମାନଙ୍କ ଜଜମାନ ଓ ଯାତ୍ରୀଙ୍କୁ ନେଇ ମଧ୍ୟ ଯାଉଛନ୍ତି। ଏହାଦେଖି ଅନ୍ୟ ଭକ୍ତମାନେ ମଧ୍ୟ ପଶ୍ଚିମ ଦ୍ୱାରଦେଇ ପ୍ରବେଶ କରିବାକୁ ଚାହିଁଥିଲେ। ଫଳରେ ଠେଲାପେଲା ପରିସ୍ଥିତି ଦେଖିବାକୁ ମିଳିଥିଲା। ଶନିବାର ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଶହ ଶହ ଭକ୍ତ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଯାହାକୁ ନେଇ ସେବାୟତ ଓ ପୁରୀବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଭକ୍ତମାନଙ୍କ ଏପରି ଗହଳି କାରଣରୁ ପୁରୀବାସୀ ପଶ୍ଚିମଦ୍ୱାର ଦେଇ ପ୍ରବେଶ କରି ପାରୁନାହାନ୍ତି। ତେଣୁ ବିକଳ୍ପ ବ୍ୟବସ୍ଥା କରିବା ପାଇଁ ଦାବି କରାଯାଇଛି। ଏନେଇ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ବହୁ ସଂଖ୍ୟାରେ ଭକ୍ତ ପୁରୀକୁ ଆସୁଛନ୍ତି। ଭକ୍ତମାନଙ୍କ ଦର୍ଶନ ସୁବିଧା ହିଁ ପ୍ରଶାସନର ପ୍ରଥମ ଉଦ୍ଦେଶ୍ୟ। ଭକ୍ତମାନଙ୍କଠାରୁ ଯାହାସବୁ ଫିଡ୍‌ବ୍ୟାକ ମିଳୁଛି ସେହି ଅନୁସାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା କରାଯାଇ ପଦକ୍ଷପ ଗ୍ରହଣ କରାଯିବ। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ସମ୍ପର୍କରେ ଆଲୋଚନା କରାଯିବା ପରେ ପରିଚାଳନା କମିଟିରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ କହି ନିଜ ଉପରୁ ଦୋଷ ଛଡ଼ାଇବାକୁ ଚେଷ୍ଟା କରିଥିଲେ। ତେବେ ଏସମ୍ପର୍କରେ ଏସପ୍‌ି ପିନାକ ମିଶ୍ର କହିଛନ୍ତି, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ସମ୍ପର୍କରେ ଜିଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ, ମନ୍ଦିର କମିଟି ଏବଂ ସରକାର ଆଲୋଚନା କରି ନିଷ୍ପତ୍ତି ନେବେ। ଏସମ୍ପର୍କରେ ସେ କୌଣସି ନିଷ୍ପତ୍ତି ନେଇ ପାରିବେ ନାହିଁ। ତେବେ ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଭକ୍ତଙ୍କ ଗହଳି ହେଉଥିବା ନେଇ ଅଭିଯୋଗ ହେଉଛି। ରବିବାରଠାରୁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯିବ, ଭକ୍ତଙ୍କ ସୁବିଧା ପାଇଁ ଶେଡ୍‌ ନିର୍ମାଣ , ପାଣି ବ୍ୟବସ୍ଥା ସହ ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ଜିଲା ପ୍ରଶାସନକୁ କୁହାଯାଇଛି। ପୁରୀବାସିନ୍ଦା ଓ ସେବାୟତମାନେ ଯେପରି ପଶ୍ଚିମଦ୍ୱାର ଦେଇ ସୁବିଧାରେ ଯିବେ ଓ ଭକ୍ତମାନେ ଯେପରି ଗହଳି ନ କରିବେ ସେ ନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଉଊଛି ବୋଲି ଏସ୍‌ପି ମିଶ୍ର କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ପୁରୀବାସୀଙ୍କ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଭାବରେ ବ୍ୟାରିକେଡ କରାଯିବ। ଏଥିରେ ପୁରୀବାସୀ ନିଜର ପରିଚୟପତ୍ର ଦେଖ୍‌ାଇ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରି ଶ୍ରୀମନ୍ଦିରକୁ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri