ସପ୍ତାହ ମଧ୍ୟରେ ୨ ଲଘୁଚାପ: ଆସନ୍ତାକାଲି ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ୧୩ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି। ସେହିପରି ୧୨ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।

Share