ଝଡ଼ତୋଫାନ ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୩୦।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ସତର୍କ ସୂଚନା ଜାରି କରାଯାଇଛି। କାଳବେଶାଖୀ ସମ୍ଭାବନା ଥିବା ଜିଲାଗୁଡିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼ କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ରହିଛି। ଏହିସବୁ ଜିଲାରେ ଝଡତୋଫାନ ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୋଳ, କଟକ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝଡତୋଫାନ ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share