ସବୁ ଜିଲାରେ ହେବ ମେଡିକାଲ କଲେଜ, ବଡ଼ ଘୋଷଣା କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୭: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ ହୋଇ ନ ଥିବା କଥା ଛଲେ୍‌ଲଖ କରିଛନ୍ତି ମନ୍ତ୍ରୀ। ଏକଥାକୁ ଉଠାଇ ଆମେ ଆଦିବାସୀ ଭାଇଭଉଣୀଙ୍କ ପାଇଁ ଏହା ଲାଗୁ କରିବୁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଅବସରରେ କହିଛନ୍ତି ।

ସେପଟେ ଓଡିଆ ଅସ୍ମିତା ପ୍ରସଙ୍ଗରେ ଗୃହରେ ହୋହଲ୍ଲା, ହଙ୍ଗାମା କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ରାଜ୍ୟପାଳଙ୍କ ପୁଅଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ହେବା ସହ ହୋହଲ୍ଲା ଭିତରେ ବାଚସ୍ପତିଙ୍କ ମାଇକ ଭାଙ୍ଗିଛନ୍ତି ଧ୍ରୁବ ସାହୁ । ଗୃହରେ ବିଜେଡି ଓ କଂଗ୍ରେସ ବିଧାୟକ ଜୋରଦାର ହଙ୍ଗାମା କରିଛନ୍ତି। ସେହିପରି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଉଦ୍ୟମ କରିଛନ୍ତି ବିଜେଡି ବିଧାୟକ ଯୋଗେଶ ସିଂ। ବିରୋଧ ଓ ନାରାବାଜି ଭିତରେ ଗୃହକୁ ବୁଧବାର ସାଢେ ୧୦ଟା ଯାଏଁ ମୁଲତବି ରଖାଯାଇଛି ।