ଏଥର ମଧ୍ୟ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। କଲେଜ ଓ ବିଶବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବରଂ ଯେଉଁଭଳି ପାଠପଢା ଚାଲିଛି ଆଗକୁ ସେମିତି ଜାରି ରହିବ। ଅଗଷ୍ଟ ମାସରୁ ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଜୁଲାଇ ଶେଷ ସପ୍ତାହ ସୁଦ୍ଧା ସ୍ନାତକୋତ୍ତର ସେମିଷ୍ଟର ପରୀକ୍ଷା ଶେଷ କରିବାକୁ କୁହାଯାଇଛି। କରୋନା ସମୟରେ ପ୍ରଭାବିତ ହୋଇଥିବା ପାଠପଢାରୁ ବାହାରି କ୍ୟାମ୍ପସର ସ୍ଥିତି ଯେପରି ପୂର୍ବବତଃ ଜାରି ରହିବ ତାହାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ହୋଇଛି। ଏହାକୁ ମିଶାଇ ଲଗାତାର ୫ମ ବର୍ଷ ଲାଗି କ୍ୟାମ୍ପସରେ ନିର୍ବାଚନ ବନ୍ଦ ହେବାକୁ ଯାଉଛି।

Share