ଏହି ୨ ବ୍ୟକ୍ତି ନେଇପାରନ୍ତି ମେଣ୍ଟ ନିଷ୍ପତ୍ତି

ଭୁବନେଶ୍ୱର,୨୦।୩: ଲୋକ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡ-ଭାଜପା ମେଣ୍ଟକୁ ନେଇ ସସ୍‌ପେନ୍ସ ଲାଗି ରହିଛି। ଉଭୟ ଦଳ ମେଣ୍ଟକୁ ନେଇ ସ୍ପଷ୍ଟତା ପ୍ରକାଶ କରୁ ନ ନାହାନ୍ତି। ଫଳରେ ମେଣ୍ଟକୁ ନେଇ ନାନା ପ୍ରକାର କଥା ଆଲୋଚନା ହେଉଛି। ମେଣ୍ଟ ଭବିଷ୍ୟତ ଏବେ ଦିଲ୍ଲୀରେ ଅଟକି ରହିଛି।
୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ଅମିତ ଶାହା ଗଣମାଧ୍ୟମକୁ ଦେଇଥିବା ବିବୃତି ଯଦିଓ ମେଣ୍ଟ ଚର୍ଚ୍ଚାରେ କିଛିଟା ସ୍ପଷ୍ଟତା ଆଣିଛି। କିନ୍ତୁ ଏବେ କେବଳ ଆସନ ବୁଝାମଣାକୁ ନେଇ ଉଭୟ ଦଳ ମଧ୍ୟରେ ଦ୍ୱନ୍ଦ୍ୱ ଥିବା ଚର୍ଚ୍ଚା ହେଉଛି।
ନୂଆଦିଲ୍ଲୀଠାରେ ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପାଣ୍ଡିଆନ କହିଛନ୍ତି, ବୃହତ୍ତର ସ୍ବାର୍ଥ ଉଦ୍ଦେଶ୍ୟରେ ଦେଶର ଦୁଇ ମହାନ୍‌ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାଠି ହେବାକୁ ଚାହାନ୍ତି, ଯାହାକି ରାଜନୀତିଠାରୁ ଊର୍ଦ୍ଧ୍ୱରେ ଏବଂ ଏହା ହିଁ ରାଷ୍ଟ୍ରନୀତି।
ସେପଟେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଛେଦ ନ ପକାଇ କହିଛନ୍ତି, ଓଡ଼ିଶାରେ କିଛି ବି ହୋଇପାରେ। ମେଣ୍ଟ ହେଲେ ଏକାଠି ଲଢିବୁ ଆଉ ମେଣ୍ଟ ନ ହେଲେ ଏକାକୀ ଲଢିବୁ। କିନ୍ତୁ ଭାଜପାର ସ୍ଥିତି ବଦଳିବ ଏବଂ ଶକ୍ତି ମଧ୍ୟ ବୃଦ୍ଧି ପାଇବ। ଉଭୟ ବିଧାନସଭା ଓ ଲୋକ ସଭାରେ ଭାଜପା ବହୁତ ଭଲ ପ୍ରଦର୍ଶନ କରିବ। ଏକାକୀ ଲଢିଲେ ବି ଆମେ ସରକାର ଗଠନ କରିବା ପାଇଁ ଲଢିବୁ।
ଉଭୟଙ୍କ ମନ୍ତବ୍ୟରୁ ଯାହା ଜଣାପଡୁଛି, ଏବେ ବି ରାଜ୍ୟରେ ମେଣ୍ଟ ହେବାର ସମ୍ଭାବନା ରହିଛି। କିନ୍ତୁ ଆସନ ବୁଝାମଣା ଯୋଗୁ ବୋଧହୁଏ ଏହା ବିଳମ୍ବ ହେଉଛି। ତେବେ ଶେଷ ନିଷ୍ପତ୍ତି ଏବେ ଭାଜପା ଅଧ୍ୟକ୍ଷ ଜେପି ନଡା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ରହିଛି ବୋଲି କୁହାଯାଉଛି। କାରଣ ପୂର୍ବରୁ ଶାହା ମଧ୍ୟ କହିସାରିଛନ୍ତି ଯେ, ଭାଜପା-ବିଜେଡି ମେଣ୍ଟ ନେଇ ଜେପି ନଡା ଏବଂ ପ୍ରଧାନମନ୍ତ୍ରୀ ହିଁ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri