କିଡ୍‌ନୀ ଫେଲ୍‌ ହେଲେ ଦେଖାଦିଏ ଏସବୁ ଲକ୍ଷଣ

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍‌ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍‌ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ମିଳି ନ ଥାଏ। ଦୁଇଟିଯାକ କିଡ୍‌ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍‌ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍‌’ ବା ଏଆର୍‌ଏଫ୍‌। କିଡ୍‌ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ା ବାନ୍ତି ଯୋଗୁ ଡିହାଇଡ୍ରେସନ୍‌ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍‌ କିଡ୍‌ନୀ ଅକ୍ଷମତା ପ୍ରକାଶପାଏ। ପରିସ୍ରାର ପରିମାଣ କମିଯିବା, ଅଇ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକ୍ରିୟାରେ କଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍‌ ନିୟନ୍ତ୍ରଣରେ ନ ଥିଲେ ଯନ୍ତ୍ରଣା କମେଇବା ପାଇଁ ମୁଠା ମୁଠା ପେନ୍‌କିଲର୍‌ ଓଷଧ ଖାଇଲେ ପୁରୁଷମାନଙ୍କଠାରେ ଏହାର ପ୍ରଭାବ ପଡ଼େ। ଏପରି ଅବସ୍ଥାକୁ କୁହାଯାଏ ଦୀର୍ଘକାଳୀନ କିଡ୍‌ନୀ ଅକ୍ଷମତା‘କ୍ରନିକ୍‌ ରେନାଲ୍‌ ଫେଲ୍ୟୁଓର୍‌’ ବା ସିଆର୍‌ଏଫ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆନିଭର୍ସାରିରେ ଲାଇଫ୍‌ ପାର୍ଟନର୍‌ଙ୍କୁ ଦିଅନ୍ତୁ ଏମିତି ଗିଫ୍ଟ…ହୋଇଯିବେ ଖୁସି

ବିବାହ ପରେ ପ୍ରଥମ ଆନିଭର୍ସାରିକୁ ମେମୋରେବଲ୍‌ କରିବାକୁ ଆଜିକାଲି ସବୁ କପଲଙ୍କର ଇଚ୍ଛା ରହିଛି । ତେଣୁ ଏହି ଦିନଟିକୁ କିପରି ସ୍ପେଶାଲ କରିବେ ଭାବିଭାବି...

ପିଲାଟିକୁ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି କରାଇବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

ପିଲାଟିକୁ ଜନ୍ମଦେବା ପରେ ତାହାର ଲାଳନପାଳନ ଦାୟିତ୍ୱ ମା’କୁ ହିଁ ନେବାକୁ ପଡ଼ିଥାଏ। କାରଣ ଶିଶୁଟିକୁ ଠିକ୍‌ ସମୟରେ ଖୁଆଇବା ସହ ତାହାର ସ୍ବାସ୍ଥ୍ୟ ପ୍ରତି...

ବାତ ବ୍ୟାଧିର ଉପଚାର

ମାନବ ଶରୀର ତ୍ରିଦୋଷ (ବାତ, ପିତ୍ତ, କଫ)ର ବିକୃତି କାରଣରୁ ବ୍ୟାଧି ଉତ୍ପନ୍ନ ହୁଏ। ବାତ ବିକୃତି କାରଣରୁ ପକ୍ଷାଘାତ (ପାରାଲିସିସ୍‌), ଆମବାତ (ରୁମାଟଏଡ୍‌ ଆଥର୍‌ରାଇଟିସ୍‌),...

ଡାକ୍ତରୀ ଜୀବନ

ମଣିଷ ସୃଷ୍ଟିର ଇତିହାସ ଯେତେ ପୁରୁଣା, ହୁଏତ ସେତିକି ପୁରୁଣା ରୋଗୀ ଆଉ ଚିକିତ୍ସକଙ୍କ ମଧ୍ୟରେ ସମ୍ପର୍କ। ତେଣୁ ମୁନିଋଷି, ଦାର୍ଶନିକ, ରାଜା ମହାରାଜା, ଏପରିକି...

ଏହି ୪ ଗୁଣ ମହିଳାଙ୍କ ଭିତରେ ଥିଲେ ଭାଗ୍ୟବାନ ହୁଅନ୍ତି ସ୍ବାମୀ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ...

ସୁଖ-ସମୃଦ୍ଧି ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ଲୁଣ, ଜାଣନ୍ତୁ କ’ଣ କୁହେ ବାସ୍ତୁ…

ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ...

କେବଳ ଘରର ସୌନ୍ଦର୍ଯ୍ୟ ନୁହେଁ, ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଘରକୁ ନାଶ କରିଦେବ ଏହି ଗଛର ଛାଇ, ସାଜିପାରେ ଅକାଳ ମୃତ୍ୟୁର କାରଣ

ବେଳେବେଳେ ଘର ନିର୍ମାଣ କରିବା ସମୟରେ ଆମ ଚାରିପାଖରେ ଉପସ୍ଥିତ ଜିନିଷ ପ୍ରତି ଧ୍ୟାନ ଦେଇନଥାଉ । ଏହି କାରଣରୁ,ଘରେ ନକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri