ଲକ୍ଷ୍ନୌ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଏକ ଉଚ୍ଚ ସ୍ତରୀୟ ବୈଠକ କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କରୋନା ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆବଶ୍ୟକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଜନଗହଳି ପୂର୍ଣ୍ଣ ସ୍ଥାନରେ ସମସ୍ତ କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ବ୍ୟତିତ ନୂଆ ଭାରିଆଣ୍ଟ ଉପରେ ନଜର ରଖିବା ସହ କୋଭିଡ ପରୀକ୍ଷା ଏବଂ ଟୀକାକରଣକୁ ବୃଦ୍ଧି କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ୟୁପିରେ ପରିସ୍ଥିତି ସ୍ବାଭାବିକ ରହିଛି, ତେଣୁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ତଥାପି ସତର୍କତା ଅବଲମ୍ବନ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।