ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ କ୍ରେଡିଟ ହୋଇଛି। ସେପଟେ ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଆବେଦନ କଲେଣି ୭୫ ଲକ୍ଷରୁ ଅଧିକ ମହିଳା। ତେବେ ୧୭ ସୁଦ୍ଧା ୨ହଜାର ମହିଳା ସୁଭଦ୍ରା ପାଇଁ ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି ନାଁ କଟିଯିବ। ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରିବେ ନାହିଁ ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ ବା ସେମାନଙ୍କର ନାଁ କାଟି ଦିଆଯିବ ।

ଯେଉଁମାନଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇ ନାହିଁ ସେମାନଙ୍କ ପାଇଁ ବଡ ଖବର । ଉପୁମଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ବଡ ସୂଚନା ଦେଇଛନ୍ତି । ଯେଉଁମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇ ନାହିଁ ସେମାନେ ବ୍ୟସ୍ତ ନ ହେବା ପାଇଁ କହିଛନ୍ତି ପ୍ରଭାତୀ ପରିଡା । ସମସ୍ତଙ୍କ ଆକାଉଣ୍ଟକୁ ପର୍ଯ୍ୟାୟକ୍ରମେ ଯିବ ଟଙ୍କା । ଏଥିପାଇଁ ଆଦେ ବ୍ୟସ୍ତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଡିସେମ୍ବର ମାସରେ ଆବେଦନ କଲେବି ପ୍ରଥମ କିସ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ମହିଳା। ରକ୍ଷା ବନ୍ଧନ ପାଇଁ ପ୍ରଥମ କିସ୍ତି ଅର୍ଥ ୧୭ଠୁ ଆରମ୍ଭ ହୋଇଥିବାବେଳେ ଯେଉଁ ମାନେ ବି ଆବେଦନ କରିଛନ୍ତି ଯୋଗ୍ୟ ମହିଳାଙ୍କୁ ପର୍ଯ୍ୟାୟ କ୍ରମେ ଟଙ୍କା ପହଞ୍ଚିବ। ତେବେ ଅନେକ ଅଯୋଗ୍ୟ ମହିଳା ବି ସୁଭଦ୍ରା ଟଙ୍କା ପାଇବା ପାଇଁ ଆବେଦନ କରିଛନ୍ତି । କିନ୍ତୁ ସରକାରଙ୍କ ଗାଇଡଲାଇନ ଅନୁଯାୟୀ ର୍ନିଦ୍ଧିଷ୍ଟ ବର୍ଗର ମହିଳା ହିଁ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ନାହିଁ ।

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ । ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତା’ଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ଏମପି କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଯେ କୌଣସି ସହରାଞ୍ଚଳ ଶ୍ୱାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ) ତେବେ ସେମାନେ ଏଥିରେ ସାମିଲ ହୋଇପାରିବେ ନାହିଁ । ନାଁ କଟିଯିବ ।

ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri