ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା

ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ୟାଗ ଲୁଟି ନେଲେ ଦୁର୍ବୃତ୍ତ। ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଡେମ୍ବୁରିଆ ମାର୍କେଟରୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ହୋଇଛି ଏହି ଲୁଟ୍‌।
ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଡେମ୍ବୁରିଆ ମାର୍କେଟରୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ହୋଇଛି ଏହି ଲୁଟ୍‌। ସୂଚନା ଅନୁଯାୟୀ ଜଳେଶ୍ବର ଥାନା ନାମ୍ପୋ ଫାଣ୍ତି ଅନ୍ତର୍ଗତ ସମ୍ପତିଆ ଗ୍ରାମର ଘନଶ୍ୟାମ କାମିଳାଙ୍କ ତେମ୍ବୁରିଆ ମାର୍କେଟରେ ମିନତୀ ଜୁଏଲାର୍ସ ନାମରେ ଏକ ଗହଣା ଦୋକାନ ରହିଛି। ସବୁଦିନ ଭଳି ସେ ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବାବେଳେ ନିଛାଟିଆ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ଗାଡି ଅଟକାଇବା ସହ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ତାଙ୍କ ମୁଣ୍ତରେ ବନ୍ଧୁକ ଲଗାଇ ଭୟଭୀତ କରାଇଥିଲେ। ପରେ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ନେଇ ଏକ କଳା ରଙ୍ଗର ଆପାଚି ବାଇକରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ଜଳେଶ୍ବର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରିବା ସହ ସନ୍ଦେହରେ ଜଣକୁ ଅଟକ ରଖି ଅଧିକ ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ...

ଓଷ୍ଟାର ବ୍ଲକସ୍ତରୀୟ କର୍ମକର୍ତ୍ତା ଚୟନ: ଚନ୍ଦ୍ରମଣି ବାଘ ସଭାପତି, ବ୍ରଜମୋହନ ବାରିକ ହେଲେ ସମ୍ପାଦକ

ଅମରପାଲି,୩ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ହାଇସ୍କୁଲରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ସାମ୍ବିଧାନିକ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା...

ଭାଜପାରେ ଗୋଷ୍ଠୀ କନ୍ଦଳ: ଗାନ୍ଧୀ ଜୟନ୍ତୀ ପାଳନବେଳେ ଉତ୍ତେଜନା, ଝାଡୁମାଡ଼

ଯାଜପୁର/ଜେନାପୁର,୩ା୧୦ (ହର୍ଷବର୍ଦ୍ଧନ ବେହେରା/ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପାର ଗୋଷ୍ଠୀ କନ୍ଦଳ ବୁଧବାର ଉଗ୍ରରୂପ ଧାରଣ କରିଛି। ଗାନ୍ଧୀ ଜୟନ୍ତୀ ପାଳନ ବେଳେ ଦୁଇ...

ବଡ଼ଚଣା ବିଜେଡି ୩ ଫାଳ:ପୃଥକ୍‌ଭାବେ ପାଳିଲେ ଗାନ୍ଧୀ ଜୟନ୍ତୀ

ଚଣ୍ଡିଖୋଲ/ଛତିଆ,୩ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି/ସୌମ୍ୟ ରଞ୍ଜନ ସାହୁ):ବିଜେଡି ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ପଦଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ଏଠାରେ ବିଜେଡି ପକ୍ଷରୁ ୩...

ଶୈଳପୁତ୍ରୀ ବେଶରେ ମା’ ସମଲେଶ୍ବରୀ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବରଗଡ଼,୩।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ...

ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ

ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ...

ପାଣି ପିଇବାକୁ ଆସି କେନାଲରେ ପଡ଼ିଗଲା ଦନ୍ତାହାତୀ: ଆଉ ତା’ପରେ

ଅମରପାଲି,୩।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ରଢିଆପାଲି ନିକଟରେ ହରିହର ଯୋର କେନାଲକୁ ପାଣି ପିଇବାକୁ ଆସି ଏକ ଦନ୍ତା ହାତୀ ପଡିଯାଇଥିଲା। ହାତୀଟି...

ଚର୍ଚ୍ଚାରେ ବିନାୟକ ରେସିଡେଣ୍ଟ କଲେଜ:ଅବହେଳା ପାଇଁ ୨୦୧୯ରେ ଜେଲ ଯାଇଥିଲେ ଅଧ୍ୟକ୍ଷ

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟସ୍ଥ ବିନାୟକ ରେସିଡେଣ୍ଟ କଲେଜରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛି। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri