ଚକ୍‌ଲେଟ୍‌ ଦେଇ ନାବାଳିକାଙ୍କକୁ କରିଥିଲେ ବଳାତ୍କାର, ପରେ….

ଯାଜପୁର ଟାଉନ,୧୪।୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଭିଜିତ୍‌ ପଲାଇ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିବା ସହ ୩ ଲକ୍ଷ ୪୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟରେ ୩୧ ମାସ ଜେଲ୍‌ ଦଣ୍ଡାଦେଶ ଭୋଗିବାକୁ ରାୟରେ ପ୍ରକାଶ କରିଛନ୍ତି। ଏଥିସହିତ ୭ଲକ୍ଷ ଟଙ୍କା ପୀଡିତାକୁ ସହାୟତା ପ୍ରଦାନ ପାଇଁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, କୁଆଖିଆ ଥାନା ଅଞ୍ଚଳର ସମ୍ପୃକ୍ତ ୮ମ ଶ୍ରେଣୀର ଛାତ୍ରୀ ୨୦୨୨ ଜୁଲାଇ ୧୨ରେ ସ୍କୁଲକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକେ ଝିଅକୁ ଖୋଜାଖୋଜି କରି ନିରାଶ ହେବାପରେ ୧୩ ତାରିଖରେ ଥାନାରେ ନିଖୋଜ ଏତଲା ଦାଏର କରିଥିଲେ। ଥାନା ଅଧିକାରୀ ଏକ ମାମଲା ନଂ.୨୨୯/୨୨ରୁଜୁ କରି ତଦନ୍ତ ଜାରି ରଖିଥିଲେ। ୨୫ା୦୭ା୨୦୨୨ରେ ପୋଲିସ ଭୁବନେଶ୍ୱର ରେଳ ଷ୍ଟେଶନ୍‌ରୁ କୁଆଖିଆ ଥାନା ଭୋଟକା ଗ୍ରାମର ଦେବାଶିଷ ବେହେରାଙ୍କ ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ପରେ ଅଭିଯୁକ୍ତ ଦେବାଶିଷଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ନାବାଳିକା ସ୍କୁଲରୁ ଫେରୁଥିବା ସମୟରେ ଅଭିଯୁକ୍ତ ତାଙ୍କୁ ଚକ୍‌ଲେଟ୍‌ ଦେଇ ଗୋକର୍ଣ୍ଣେଶ୍ୱର ମନ୍ଦିରକୁ ନେଇଯାଇଥିଲେ। ସେଠାରୁ ତାଙ୍କୁ ତାମିଲନାଡୁ ନେଇଯାଇ ଜଣେ ସାଙ୍ଗ ଘରେ ରଖି ବଳାତ୍କାର କରିଥିବା ନାବାଳିକା ପୋଲିସ ଆଗରେ ପ୍ରକାଶ କରିଥିଲେ। ସେହି ଆଧରରେ ପୋଲିସ ତଦନ୍ତ କରିଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସ୍ପେଶାଲ ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri