ଗଛ ତଳେ ନେଇଥିଲେ ଆଶ୍ରୟ, ଘଟିଲା ଏମିତି

ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କୁସାମୁରା ବଡମାଲ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ୩ଜଣଙ୍କ ଅକାଳ ମୃତ୍ୟୁ ଘଟିଛି। ସେମାନେ ହେଲେ ଚାଷୀ ଦମ୍ପତି ଅନ୍ତର୍ଯାମୀ ମାଝି (୪୫) ଓ ପଦ୍ମିନୀ (୩୭) ଏବଂ ଶ୍ରମିକ ବୁଧୁଆ ବାଗେ (୨୫)।

ମିଳିଥିବା ସୂଚନା ଅନୁସାରେ ଏମାନେ ବିଲରେ କାମ କରୁଥିବାବେଳେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ବର୍ଷା ଦାଉରୁ ରକ୍ଷା ପାଇବା ପାଇଁ ସମସ୍ତେ ନିକଟରେ ଥିବା ଏକ ମହୁଲ ଗଛ ତଳକୁ ଯାଇ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ଉପରୋକ୍ତ ୩ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏଥିରେ ମହୁଲ ଗଛ ମଧ୍ୟ ପୋଡିଯାଇଛି। ସନ୍ଧ୍ୟା ପ୍ରାୟ ୫ଟା ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ବର୍ଗ ଖୋଜାଖୋଜି କରିଥିଲେ। ବିଲରେ ୩ ଜଣଙ୍କ ମୃତଦେହ ପଡିଥିବା ଦେଖି ପରିବାର ଲୋକେ ଗ୍ରାମବାସୀଙ୍କ ସହଯୋଗରେ ଘରକୁ ଆଣିଥିଲେ। ଯୁଯୁୁମୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଛି। ମଙ୍ଗଳବାର ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri