କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି।

ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ନ ହେବ ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Share