୧୫ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ: ୪୦ ଲକ୍ଷ ଟଙ୍କାର ସୁନା ଗହଣା କଲେ ଲୁଟ୍‌

ଟେନ୍‌ସା,୧୪ା୭(ସମୀର କୁମାର ପାଢ଼ୀ):ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଶୁକ୍ରବାର ବିଳମ୍ବିତ ରାତିରେ ୧୫ଟି ଘରୁ ଚୋରି ହୋଇଛି। ୪୦ ଲକ୍ଷ ଟଙ୍କାର ସୁନା ଗହଣା ଓ ୫ରୁ ୧୦ ଲକ୍ଷ ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ଜଣାପଡିଛି। କୋଇଡ଼ା ଥାନା ଅଧିକାରୀ ଓ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରି ଫେରିଛନ୍ତି। ଏନେଇ ଥାନାରେ ୩ଟି ପୃଥକ ମାମଲା (ନଂ.୯୧/୯୨/୯୩)
ରୁଜୁ ହୋଇଛି। ପୋଲିସ ଘଟଣାର ତନାଘନା ଚଳାଇଛି। ସୂଚନାଯୋଗ୍ୟ, ଦିଲ୍ଲୀପ କୁମାର ନାୟକ, ଅଜୟ କୁମାର ସାହୁ, ପ୍ରଶାନ୍ତ କୁମାର ନାୟକ,ସନ୍ତୋଷ କୁମାର ରାଉତ, ସଞ୍ଜୀବ କୁମାର ବାରିକ, ଅଜୟ କୁମାର ରାଉତ, ପଙ୍କଜ କୁମାର ବାରିକ, ଅଞ୍ଜନ କୁମାର ମୁଦୁଲି, ପାର୍ଥଶାରଥୀ ପାଠକ, ଇନ୍ଦ୍ରମଣୀ ମାହାନ୍ତ, ରସିକଶେଖର ମାହାନ୍ତ, ବିନଦୟାଲ ସିଂ ବିନାର, ଲିଆନ କୁମାର ପ୍ରଧାନ, ଚିନ୍ମୟକୁମାର ମହାକୁଡ, ବିଶ୍ୱଜିତ ସାହୁ ରୁଙ୍ଗଟା ଖଣିରେ କାମ କରନ୍ତି। ସେମାନଙ୍କ ପରିବାର ସଦସ୍ୟମାନେ ଛୁଟିରେ ଗଁାକୁ ଯାଇଛନ୍ତି। ସବୁଦିନ ପରି ଶୁକ୍ରବାର ସେମାନେ କାମକୁ ଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କଲୋନୀର ପଛପାର୍ଶ୍ୱରେ ଥିବା ପାଚେରିର କଣ୍ଟାତାର କାଟି ହତା ଭିତରକୁ ପଶିଥିଲେ। କଟର ସାହାଯ୍ୟରେ ଘରର କବାଟ ଭାଙ୍ଗି ସୁନା ଗହଣା ଓ ଟଙ୍କା ଚୋରି କରି ନେଇଯାଇଥିଲେ। ଶନିବାର ସକାଳେ କର୍ମଚାରୀମାନେ ପହଞ୍ଚି ଘରୁ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ କୋଇଡା ଥାନାରେ ଅଭିଯୋଗ କରିଥିଲେ। ସନ୍ଧାନୀ କୁକୁର ଆସିଲେ ଦୁର୍ବୃତ୍ତମାନେ ଶୀଘ୍ର ଧରାପଡିବେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri