ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ ଛିଡାକୁଦର ଗ୍ରାମର ୨ ଭାଇଙ୍କୁ ଉଠାଇ ନେଇଥିଲା। ତେବେ ଉଭୟଙ୍କୁ ନିକଟସ୍ଥ ବିମଳାଗଡ ଷ୍ଟେଶନର ଏକ କୋଠରୀକୁ ନେଇ ଥାର୍ଡ ଡିଗ୍ରୀ ଦିଆଯାଇଥିବା ଅଭିଯୋଗ ହୋଇଛି।

୩ ତାରିଖ ଅପରାହ୍ନରେ ଉଭୟଙ୍କୁ ଛାଡି ଦିଆଯାଇଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଶୁକ୍ରବାର ସେମାନେ କେ. ବଲାଙ୍ଗ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ଗ୍ରହଣ କରି ଗୁରୁତର ଦୁଇଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେମାନେ ଏବେ ଚିକିତ୍ସାଧୀନ ଅଛନ୍ତି ଏବଂ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଜଣାପଡ଼ିଛି।

ଅଭିଯୋଗକାରୀ ଦୁଇ ଭାଇ ହେଲେ ପଟାସାହି ରେଲଓ୍ବେ କଲୋନୀରେ ରହୁଥିବା ଛୋଟେଲାଲ ଇଚାଗୁଟୁ (୨୭) ଓ ଡୁମ୍ବି ଇଚାଗୁଟୁ (୨୪)। ଉଭୟଙ୍କ ଜଂଘରୁ ଅଣ୍ଟା ପର୍ଯ୍ୟନ୍ତ ମାଡ଼ରେ ପଚା ଦାଗ ପଡିଯାଇଛି। ଏ ସମ୍ପର୍କରେ କେ. ବଲାଙ୍ଗ ଥାନା ପୋଲିସ ଏକ ମାମଲା (ନଂ.୭୯/୨୪) ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ...

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି।...

ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି...

ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଳ

ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା

କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି।...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image