Posted inଖେଳ

ଲଜ୍ଜାଜନକ ରେକର୍ଡ ହାସଲ କଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ୪୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇକୁ ୧୦ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପରାଜୟ ସହିତ ମୁମ୍ବାଇର ଦ୍ରୁତ ବୋଲର ଲୁକ ଉଡ୍‌ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲେ। ପାକିସ୍ତାନ ସୁପର ଲିଗ (ପିଏସଏଲ) ରେ ଚମତ୍କାର ବୋଲିଂ କରିଥିବା ଲୁକ ଉଡ୍‌ ଆଇପିଏଲ ଇତିହାସରେ ମୁମ୍ବାଇ ଇଣ୍ଡିଆନ୍ସର ସବୁଠାରୁ ମହଙ୍ଗା ବୋଲର ହୋଇଥିଲେ।
ପିଏସଏଲ୍‌ରେ ଚମତ୍କାର ବୋଲିଂ କରିବା ପରେ ଉଡ୍‌ ଆଇପିଏଲକୁ ଆସିଥିଲା। ଅଷ୍ଟ୍ରେଲୀୟ ପେସର ଜେସନ ବେହେରେଣ୍ଡର୍ଫଙ୍କ ବଦଳରେ ମୁମ୍ବାଇ ତାଙ୍କୁ ଦଳରେ ସାମିଲ କରିଥିଲା। କିନ୍ତୁ ବର୍ତ୍ତମାନ ସେ ମୁମ୍ବାଇ ପାଇଁ ସବୁଠୁ ମହଙ୍ଗା ବୋଲର ହେବାର ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ଦିଲ୍ଲୀ ବୋଲରମାନେ ଉଡ୍‌ଙ୍କୁ ପ୍ରହାର କରିଥିଲେ।

ଉଡ୍‌ ୪ ଓଭରରେ ମୋଟ ୬୮ ରନ ଖର୍ଚ୍ଚ କରିଥିଲା। ଏହି ଅବଧି ମଧ୍ୟରେ ସେ ମାତ୍ର ୧ ଉଇକେଟ ପାଇଥିଲେ। ଉଡ୍‌ ଦକ୍ଷିଣ ଆଫ୍ରିକାର ପେସର୍‌ କ୍ୱେନା ମଫାକାଙ୍କ ରେକର୍ଡ ଭାଙ୍ଗିଛନ୍ତି। ସମାନ ସିଜିନ୍‌ରେ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ମାଫାକା ୬୬ ରନ ଦେଇଥିଲେ। ଆଫ୍ରିକୀୟ ପେସରର ଡେବ୍ୟୁ ମ୍ୟାଚ ଥିଲା। ବର୍ତ୍ତମାନ ମଫାକାଙ୍କ ଅଲୋଡା ରେକର୍ଡ ଭାଙ୍ଗି ଉଡ୍‌ ମୁମ୍ବାଇର ସବୁଠୁ ଦାମୀ ବୋଲର ହୋଇପାରିଛି।

ଆଇପିଏଲ ଇତିହାସରେ ମୁମ୍ବାଇ ଇଣ୍ଡିଆନ୍ସର ସବୁଠାରୁ ଦାମୀ ବୋଲର

୪ ଓଭରରେ ୬୮ ରନ- ଲୁକ ଉଡ୍‌ ବନାମ ଦିଲ୍ଲୀ କ୍ୟାପିଟାଲ୍ସ, ଦିଲ୍ଲୀ, ୨୦୨୪
୪ ଓଭରରେ ୬୬ ରନ- କ୍ୱେନା ମାଫାକା ବନାମ ସନରାଇଜର୍ସ ହାଇଦ୍ରାବାଦ, ହାଇଦ୍ରାବାଦ, ୨୦୨୪
୪ ଓଭରରେ ୫୮ ରନ- ଲାସିଥ ମାଲିଙ୍ଗା ବନାମ ପଞ୍ଜାବ କିଙ୍ଗସ, ଇନ୍ଦୋର, ୨୦୨୭
୪ ଓଭରରେ ୫୭ ରନ- ଡାନିଏଲ ସାମ୍‌ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ, ବ୍ରାବୋର୍ନ, ୨୦୨୨


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ...

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି...

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri