ଦେଇନାହାନ୍ତି ଏହି ଡକ୍ୟୁମେଣ୍ଟ, ଜମା ଆସିବନି ସୁଭଦ୍ରା ଟଙ୍କା, ଜାଣି ନିଅନ୍ତୁ…

ଭୁବନେଶ୍ୱର,୨୬।୯: ଭାଜପା ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ମହିଳାଙ୍କୁ ୫ହଜାର ଟଙ୍କାର ଭାଉଚର୍‌ ଆସିଛି। ଆଗାମୀ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ବୁଧବାର ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ପ୍ରଭାତୀ କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୨ ଦିନ ତଳେ ଯାହା ରଭ୍ୟୁ ନେଇଥିଲି ୯୨ ଲକ୍ଷ ପାଖା ପାଖି ଲୋକେ ସୁଭଦ୍ରା ଯୋଜନା ପାଇଁ ଆବଦେନ କରିଥିଲେ। ଆମେ ୨୫ ଲକ୍ଷ ୧୧ ହଜାର ଲୋକଙ୍କୁ ଦେଇଛୁ। ଆଉ ଗୋଟିଏ ସପ୍ତାହ ଭିତରେ ୧ କୋଟି ଲୋକଙ୍କ ଆବଦେନ ବୋଧେ ଆସିଯାଇଥିବ। ସୁଭଦ୍ରା ଯୋଜନା କୋଟିଏ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ୧ରୁ ସ୍ଲାବ ହେବ ପୁଣି ଲୋକଙ୍କୁ ଦିଆଯିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। କିଛିଦିନ ମଧ୍ୟରେ ୨୫ ଲକ୍ଷ ୧୧ ହଜାର ଲୋକଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯିବ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

ତେବେ ୧୭ ତାରିଖ ମୋଦିଙ୍କ ଜନ୍ମଦିନ ଦିବସରେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତି ଆସିଥିବାବେଳେ ଅନେକଙ୍କୁ ଏହି ଟଙ୍କା ମିଳିନାହିଁ । ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ଅଛନ୍ତି । ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ଅର୍ଥାତ ଆଜି ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଦିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ଯେତେବେଳେ ବି ରେଜିଷ୍ଟ୍ରେସନ କରିପାରିବେ ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ୍‌ ସୂଚନା ଦେଇ ନ ଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ । ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାଶନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ୍‌ ଭାବେ ଦେଇଥିବା ଦରକାର। ଏହାପରେ ଆପଣଙ୍କୁ ଜନସେବା କେନ୍ଦ୍ର ଅଡ଼ିକାରୀ ଏକ ରସିଦ କାର୍ଡ ଦେବେ। ଯେଉଁଥିରେ ଆପଣଙ୍କ ସିରିଆଲ ନମ୍ବର ଲେଖାଯାଇଥିବ। ଏସବୁ ଜରୁରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିଲେ ଆପଣଙ୍କ ଆବେଦନ କଟିଯିବ। ଆଉ ଆପଣ ଟଙ୍କାଟିଏ ମଧ୍ୟ ପାଇବେନି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ...

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି...

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ...

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ...

ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri