Posted inଖେଳ

ଭାରତର ୯୧ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ଗ୍ରେଟର ନୋଏଡା,୧୩।୯: ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଗ୍ରେଟର ନୋଏଡା ଟେଷ୍ଟକୁ ରଦ୍ଦ କରାଯାଇଛି। ଏପରିକି ଶୁକ୍ରବାର ଗୋଟିଏ ବି ବଲ ବୋଲିଂ କରାଯାଇପାରି ନାହିଁ କିମ୍ବା ଏହି ଟେଷ୍ଟରେ ଟସ ମଧ୍ୟ ହୋଇନାହିଁ। ଆଜି ପ୍ରବଳ ବର୍ଷା ହେତୁ ଶେଷ ଦିନର ଖେଳକୁ ବାତିଲ କରିବାକୁ ସକାଳେ ନିଷ୍ପତ୍ତି ନିଆଯାଇଥିଲା। ୧୯୩୩ ପରଠାରୁ ଭାରତରେ ଟେଷ୍ଟ ଖେଳାଯାଉଛି ଏବଂ ଏହା ପ୍ରଥମ ଥର ଯେ ଭାରତୀୟ ମାଟିରେ ଟେଷ୍ଟ ମ୍ୟାଚ ବିନା ଟସ କିମ୍ବା ବିନା ବଲରେ ରଦ୍ଦ ହୋଇଛି। ଏହାପୂର୍ବରୁ ଏସିଆର କେବଳ ଗୋଟିଏ ମ୍ୟାଚକୁ ଗୋଟିଏ ବଲ ବୋଲିଂ ନ କରି ବାତିଲ କରିଦିଆଯାଇଥିଲା। ୧୯୮୮ରେ ଫୈସଲାବାଦରେ ପାକିସ୍ତାନ ଏବଂ ଜିମ୍ବାୱେ ମଧ୍ୟରେ ହୋଇଥିବା ମ୍ୟାଚରେ ଏହା ଘଟିଥିଲା। ମୋଟାମୋଟି ଭାବେ ସମଗ୍ର ବିଶ୍ୱରେ କେବଳ ୭ଟି ଟେଷ୍ଟକୁ ଗୋଟିଏ ବଲ ବୋଲିଂ ନ ହୋଇ ରଦ୍ଦ କରାଯାଇଛି।
ଏହି ଟେଷ୍ଟର ସମସ୍ତ ପାଞ୍ଚ ଦିନ ପର୍ଯ୍ୟନ୍ତ ଏହି ମ୍ୟାଚ୍‌ରେ ଗୋଟିଏ ବି ବଲ ବୋଲିଂ କରାଯାଇପାରି ନ ଥିଲା। ପ୍ରଥମ ଦୁଇ ଦିନରେ ଆଉଟଫିଲ୍ଡ ଆର୍ଦ୍ର ହୋଇ ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନ କରିବାକୁ ଗ୍ରାଉଣ୍ଡର ପ୍ରସ୍ତୁତତା ଉପରେ ପ୍ରଶ୍ନ ଉଠାଇଥିଲା। ଏଥି ସହିତ ବର୍ଷା ହେତୁ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଖେଳ ଖେଳାଯାଇ ପାରିଲା ନାହିଁ। ଟେଷ୍ଟ କ୍ରିକେଟ ଇତିହାସରେ ଏହା ହେଉଛି ଅଷ୍ଟମ ମ୍ୟାଚ ଯେତେବେଳେ ବଲ ବୋଲିଂ ନ କରି ମ୍ୟାଚ ରଦ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

ସାଫ୍‌ରେ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କ ଚମକ

ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍‌ଲେଟିକ୍ସ ଫେଡେରେଶନ୍‌ (ସାଫ୍‌) ଚାମ୍ପିୟନଶିପ୍‌ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ...

ପାକିସ୍ତାନକୁ ହରାଇ ସେମିରେ ଭାରତ

ହୁଲୁନବୁଇର (ଚାଇନା), ୧୪।୯: ଏସିଆନ ପୁରୁଷ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ କ୍ରମାଗତ ଚମତ୍କାର ପ୍ରଦର୍ଶନ କରିଆସୁଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri