Posted inଖେଳ

ସୁଧୁରୁନାହାନ୍ତି ଏହି ଇଂଲଣ୍ଡ କ୍ରିକେଟର୍‌, ଭାରତ ଜିତିବା ପରେ କହିଲେ ଏମିତି କଥା

ଚେନ୍ନାଇରେ ପ୍ରଥମ ଟେଷ୍ଟ ହାରିଯିବା ପରେ ଦ୍ୱିତୀୟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରତ୍ୟାବର୍ତ୍ତନ କରି ଇଂଲଣ୍ଡକୁ ପରାସ୍ତ କରିଛି। ଭାରତ ଦ୍ୱିତୀୟ ଟେଷ୍ଟରେ ୩୧୭ ରନ ବ୍ୟବଧାନରେ ଜିତିଥିଲା। ଖେଳର ଚତୁର୍ଥ ଦିନରେ ଇଂଲଣ୍ଡ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୧୬୪ ରନରେ ଅଲଆଉଟ୍‌ ଥିଲା। ଚାରିଟି ଟେଷ୍ଟ ମ୍ୟାଚ ସିରିଜ ୧-୧ ସହ ବରାବର ହୋଇଛି। ତେବେ ଚେନ୍ନାଇରେ ଇଂଲଣ୍ଡର ପରାଜୟ ଏହାର ପୂର୍ବତନ ଖେଳାଳି କେଭିନ ପିଟରସନଙ୍କ ହଜମ ହୋଇନାହିଁ। ଭାରତର ବିଜୟ ପରେ କେଭିନ ପିଟରସନ ଟୁଇଟରରେ ଲେଖିଛନ୍ତି ଯେ ଭାରତ ଇଂଲଣ୍ଡର ବି ଦଳକୁ ପରାସ୍ତ କରିଛି। ସେ କହିଛନ୍ତି, ଇଂଲଣ୍ଡ ବି’ ଦଳକୁ ପରାସ୍ତ କରିଥିବାରୁ ଭାରତକୁ ଅଭିନନ୍ଦନ’। ପିଟରସନ ଏହି ଟୁଇଟରେ ଜଣାଇବାକୁ ଚେଷ୍ଟା କରିଛନ୍ତି ଯେ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ସେମାନଙ୍କ ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କୁ ସୁଯୋଗ ଦେଇ ନାହିଁ, ସେଥିପାଇଁ ଭାରତ ଜିତିଛି। ଚେନ୍ନାଇରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଯିବା ପରେ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ ମଧ୍ୟ କେଭିନ ପିଟରସନଙ୍କ ଭଳି କଥା କହିଛନ୍ତି। ଭାରତର ବିଜୟ ପରେ ଭନ ଲେଖିଛନ୍ତି ଯେ, ଇଂଲଣ୍ଡର ଶକ୍ତିଶାଳୀ ଦଳକୁ ସାମ୍ନା କରିବାର ସମୟ ଆସିଛି। ଏଥିସହ ମାଇକେଲ ଭନ ମଧ୍ୟ ଇଂଲଣ୍ଡର ଦଳ ପରିଚାଳନା ଉପରେ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri