ଭୁବନେଶ୍ୱର, ୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର- ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶରେ ସ୍ଥଳଭାଗ ଛୁଇଁ ଅବପାତରେ ପରିଣତ ହୋଇଛି । ଏହା ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ପଶ୍ଚିମବଙ୍ଗ, ଆସାମ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ମେଘାଳୟ ଓ ତ୍ରିପୁରାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ତେଣୁ ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଅନ୍ୟପଟେ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ସମୁଦ୍ର ମଧ୍ୟରେ ପବନର ବେଗ ବିଶେଷ ନଥିବାରୁ ମତ୍ସ୍ୟଜୀବୀଙ୍କ ପାଇଁ ଆଜିଠୁ ସତର୍କ ସୂଚନା ହଟିବା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଆଗାମୀ ଦୁଇରୁ ୩ ଦିନ ଯାଏଁ ପାଗ ଶୁଖିଲା ରହିବ । ତାପମାତ୍ରା ୩ ଦିନ ପରେ ତାପମାତ୍ରା କମିବ । ଶୀତ ବଢିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।