ନୂଆଦିଲ୍ଲୀ,୨୩ା୯: କରୋନାରେ ଆକ୍ରାନ୍ତ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ପରିବାରକୁ ମଧ୍ୟ ଆର୍ଥତ୍କ ସହାୟତା ଦିଆଯିବ। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ଅତିରିକ୍ତ ସତ୍ୟପାଠ ଦାଖଲ କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ଆଇସିଏମ୍ଆର ଗାଇଡଲାଇନ୍ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି।