Posted inଜାତୀୟ

କୋଭିଡ୍‌ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ପରିବାରର ୩ ମୃତ

ଚେନ୍ନାଇ,୨୮।୬: କୋଭିଡ୍‌ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଘଟିଛି ତାମିଲନାଡୁର ଇରୋଡରେ । ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଆର୍‌.କଲ୍ୟାଣସୁନ୍ଦରମ୍‌ ଏବଂ ସାବରି।

ପୋଲିସ ସୂଚନା ମୁତାବକ, ଇରୋଡର ସ୍ଥିତ କୀଜଭାନି ଗ୍ରାମର ଆର୍‌.କଲ୍ୟାଣସୁନ୍ଦରମ୍‌ ନାମକ ଜଣେ ବ୍ୟକ୍ତି ସ୍ଥାନୀୟ କରୁଙ୍ଗୁଣ୍ଡାନଭାଲାସୁ ଗ୍ରାମର କରପୁପାନ କାଉଣ୍ଡରଙ୍କ ନିକଟରୁ କିଛି ମାସ ତଳେ ୧୫ ଲକ୍ଷ ଟଙ୍କା ଧାର ନେଇଥିଲା । ହେଲେ ପରବର୍ତ୍ତୀ ସମୟରେ ଆର୍‌.କଲ୍ୟାଣସୁନ୍ଦରମ୍‌ ଟଙ୍କା ଫେରସ୍ତ କରିବାକୁ ଅସମର୍ଥ ହୋଇଥିଲେ। ଏନେଇ ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା।

ଏଥିରେ ପ୍ରତିଶୋଧ ପରାୟଣ ହୋଇ କଲ୍ୟାଣସୁନ୍ଦରମ ଏକ ଯୋଜନା ପ୍ରସ୍ତୁତ କରିଥିଲେ। ଏପରି କି କରପୁପାନଙ୍କ ପରିବାରକୁ ଶେଷ କରିବାକୁ ନିଷ୍ପତ୍ତି ନେଇଥିଲେ। ଏନେଇ ସେ ସାବରି ନାମକ ଜଣେ ଯୁବକଙ୍କ ସହାୟତା ନେଇଥିଲେ। ସାବରି ସ୍ବାସ୍ଥ୍ୟକର୍ମୀ ଭାବେ ନିଜକୁ ପରିଚୟ ଦେଇ କୋଭିଡ୍‌ ଆରୋଗ୍ୟ ବଟିକା ଦେବାପାଇ କରପୁପାନଙ୍କ ଘରେ ପହଞ୍ଚିଥିଲେ। ପରେ ସେ କରପୁପାନଙ୍କ ପରିବାର ୪ଜଣଙ୍କୁ ବଟିକା ଦେଇଥିଲେ।

ବଟିକା ଖାଇବା ପରେ କରପୁପାନ, ତାଙ୍କର ସ୍ତ୍ରୀ ମଲ୍ଲିକା, ଝିଅ ଦୀପା ଓ ପରିବାର ସହାୟିକା କୁପାଲ ଗୁରୁତର ହୋଇପଡ଼ିଥିଲେ। ପରବର୍ତ୍ତୀ ସମୟରେ ବିଷ କ୍ରିୟାରେ ମଲ୍ଲିକା, ଦୀପା ଓ କୁପଲଙ୍କ ମୃତ୍ୟୁ ଘଟିଥିବା ବେଳେ କାରୁପାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ପରେ ଅଭିଯୁକ୍ତ କଲ୍ୟାଣସୁନ୍ଦରମ ଓ ସାବରିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri