Categories: ଜାତୀୟ

ପୁଲଓ୍ବାମା ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ କମାଣ୍ଡର ଏଜାଜ୍‌ ଓରଫ୍‌ ଅବୁ ହୁରୈୟା ରହିଛନ୍ତିି। କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଏହି ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share